ନୟାଗଡ(ଆର୍ତ୍ତତ୍ରାଣ ପ୍ରଧାନ): କିଛି ଦିନର ବ୍ୟବଧାନ ପରେ ନୟାଗଡରେ ପୁଣି ସକ୍ରିୟ ହୋଇଛି ଧଳାଜହର କାରବାର । ନୟାଗଡ ଟାଉନ ଥାନା ଅନ୍ତର୍ଗତ ସିନ୍ଦୁରିଆ ବ୍ୟାଙ୍କ ଛକରୁ ନୟାଗଡ ସଦର ଓ ମୋବାଇଲ ସ୍କ୍ୱାଡ ମିଳିତ ଚଢ଼ାଉ କରି ୧୫ ଗ୍ରାମ ବ୍ରାଉନ ସୁଗାର ଜବତ କରିଛନ୍ତି । ଜବତ ବ୍ରାଉନସୁଗାର ମୂଲ୍ୟ ଦେଢ଼ ଲକ୍ଷ ଟଙ୍କା ହେବ ବୋଲି କୁହାଯାଉଛି । ଏହି ଘଟଣାରେ ଅବକାରୀ ବିଭାଗ ନିରଞ୍ଜନ ମହାରଣା ନାମକ ଜଣେ ବ୍ୟକ୍ତିକୁ ଗିରଫ ମଧ୍ୟ କରିଛି ।
ଗିରଫ ବ୍ୟକ୍ତିର ଘର ନୟାଗଡ ସିନ୍ଦୁରିଆ ଅଞ୍ଚଳରେ ବୋଲି ଜଣାପଡିଛି । ତା’ନିକଟରୁ ୧୪ଟି ମୋବାଇଲ ଫୋନ ମଧ୍ୟ ଜବତ ହୋଇଛି । ରଣପୁର ଲୋଧାଚୁଆ ଅଞ୍ଚଳରୁ ଏହି ବ୍ରାଉନସିଗାର ଆସୁଥିବା ନେଇ ଅଭିଯୁକ୍ତ ଜଣକ ସୂଚନା ଦେଇଛି । ତେବେ ଏହି ଧଳାଜହର କାରବାରରେ ତା’ସହ ଆଉ କାହାର ସମ୍ପୃକ୍ତି ରହିଛି ସେ ନେଇ ଅଧିକ ଖୋଲତାଡ ଜରି ରଖିଛି ଅବକାରୀ ବିଭାଗ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଚାଷୀଙ୍କୁ ସରକାରଙ୍କ ପରାମର୍ଶ: ବୀମା ସହାୟତା ପାଇଁ ହେଲପଲାଇନକୁ ଜଣାଅ
ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ କହିଛନ୍ତି ଯେ, ସମସ୍ତ ବୀମାଭୁକ୍ତ ଚାଷୀଙ୍କୁ ଉଚିତ୍ କ୍ଷତିପୂରଣ ଦେବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି । ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ନିୟମ ଅନୁସାରେ ଫସଲ ଅମଳର ପରବର୍ତ୍ତୀ କ୍ଷୟକ୍ଷତି ପାଇଁ ମଧ୍ୟ ବୀମା ସହାୟତା ପ୍ରଦାନ କରାଯିବ ।
Politics
ଏଣିକି ମନ୍ତ୍ରୀ ବୁଝିବେ ଜିଲ୍ଲା କଥା: ମୁଖ୍ୟମନ୍ତ୍ରୀ ବାଂଟିଲେ ‘ଜିଲ୍ଲା ପ୍ରଭାରୀ ମନ୍ତ୍ରୀ’ ଦାୟିତ୍ୱ
ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କୁ କଟକ ଓ ଜଗତସିଂହପୁର ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ଭାବେ ଦାୟିତ୍ୱ ମିଳିଥିବାବେଳେ ପ୍ରଭାତୀ ପରିଡ଼ାଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ଦାୟିତ୍ୱ ମିଳିଛି ।
Politics
ମୁରବୀବିହୀନ ବିଜେଡି: ଶଙ୍ଖଭବନରେ ୨ ମହିଳା ପଦାଧିକାରୀ ଧସ୍ତାଧସ୍ତି,ମାରପିଟ୍
ଆଜିର ଏହି ଘଟଣାରୁ ଦଳ ଭିତରେ ନେତା ଓ ପଦାଧିକାରୀଙ୍କ ଉପରେ ନବୀନ ନିଜର ଲଗାମ ଓ ନିୟନ୍ତ୍ରଣ ହରାଇ ବସିଥିବାର ପ୍ରମାଣ ମିଳିଛି ।
Politics
ବିଜେଡି ପ୍ରତିଷ୍ଠା ଦିବସରେ ଦଳ ଛାଡ଼ିଲେ ୨ ବ୍ଲକ୍ ଅଧ୍ୟକ୍ଷ, ବିଜେପିରେ ମିଶିଲେ
ବୁଗୁଡ଼ା ବ୍ଲକ ଉପାଧ୍ୟକ୍ଷ ଏବଂ କୁଲାଡ଼, ବାରୁଡ଼ା, ବଡ଼ କୋଦଣ୍ଡା ଆଦି ପଞ୍ଚାୟତର ସମିତିସଭ୍ୟ ଓ ସଭ୍ୟା ବିଜେପିରେ ସାମିଲ ହୋଇଛନ୍ତି।