ଜଳେଶ୍ୱର(ଅଜିତ ଦାସ) : ବାଲେଶ୍ଵର ଜିଲ୍ଲା ଭୋଗରାଇର ତାଳସାରି ସାମୁଦ୍ରିକ ଥାନା ଅନ୍ତର୍ଗତ ଉଦୟପୁର ବେଳାଭୂମି ନିକଟରେ ଚାଲିଥିଲା ବ୍ରାଉନସୁଗର କାରବାର। ଖବର ପାଇ ପୁଲିସ୍ ଚଢ଼ାଉ କରି ପ୍ରାୟ ୪୫ ଗ୍ରାମର ବ୍ରାଉନସୁଗର ଜବତ କରିବା ସହ ୬ ଜଣଙ୍କୁ ଅଟକ ରଖିଛି।
ଗତରାତିରେ ଉଦୟପୁର ବେଳାଭୂମି ନିକଟରେ ୨ ଯୁବକ ବ୍ରାଉନସୁଗର ବେପାର କରୁଥିବା ଖବର ପାଇ ସ୍ଥାନୀୟ ଲୋକେ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରୁ ଜଳେଶ୍ୱର ଅଞ୍ଚଳର ଜଣେ ଯୁବକଙ୍କୁ ପୁଲିସ୍ ଅଟକ ରଖିଥିବା ବେଳେ ଆଉ ଜଣେ ଫେରାର ହୋଇଯାଇଥିଲେ। ପୁଲିସ୍ ଉକ୍ତ ଯୁବକଙ୍କ ନିକଟରୁ ପ୍ରାୟ ୪୫ ଗ୍ରାମର ବ୍ରାଉନସୁଗର ଜବତ କରିଛି। ଜବତ ବ୍ରାଉନସୁଗରର ଆନୁମାନିକ ମୂଲ୍ୟ ୪.୫ ଲକ୍ଷ ଟଙ୍କା ହେବ ।
ଏହାପରେ ଅଟକ ଯୁବକଙ୍କ ସୂଚନା ଆଧାରରେ ପୁଲିସ୍ ଆଜି ସକାଳୁ ୫ ଯୁବକଙ୍କୁ ଅଟକ ରଖି ଅଧିକ ତଦନ୍ତ କରୁଛି । ଛଅ ଜଣଙ୍କ ମଧ୍ୟରୁ ଦୁଇ ଯୁବକଙ୍କ ଘର ଜଳେଶ୍ୱର ଅଞ୍ଚଳରେ ହୋଇଥିବା ବେଳେ ଅନ୍ୟ ଚାରିଜଣ ସ୍ଥାନୀୟ ଅଞ୍ଚଳରେ ବୋଲି ଜଣା ପଡ଼ିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଜଳିଗଲା ଧାନ ଗଦା, ୧୦ ଏକର ଜମିର ଧାନ ଫସଲ ଭସ୍ମ
ଗତକାଲି କିଛି ଦୁର୍ବୃତ୍ତମାନେ ଧାନ ଗଦାରେ ନିଆଁ ଲଗାଇ ଦେଇଥିଲେ।
Miscellaneous
ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍; ଏଣିକି ମଣ୍ଡି ଜଗୁଛି ସିସିଟିଭି
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍କୁ ଉଦ୍ଘାଟନ କରିଛନ୍ତି। ମଣ୍ଡି ସଂପର୍କିତ ଅସୁବିଧା ନେଇ ଟୋଲ୍ ଫ୍ରି ନମ୍ବର ୧୯୬୭ରେ କଲ୍ କରିପାରିବେ ଚାଷୀ।
Accident
ଡମ୍ଫରକୁ ପିଟିଲା ଆମ୍ବୁଲାନ୍ସ; ଜଣେ ମୃତ, ୩ ଆହତ
ଗତକାଲି ରାତିରେ ପଶ୍ଚିମବଙ୍ଗରୁ ଏକ ଆମ୍ବୁଲାନ୍ସଟି ରୋଗୀ ନେଇ ଭୁବନେଶ୍ୱର ଅଭିମୁଖେ ଆସୁଥିଲା।
Accident
ଟ୍ରାକ୍ରେ ଦୌଡ଼ୁଥିଲା ଟ୍ରେନ୍, ତଳେ ଲାଗିଲା ନିଆଁ
କୋରାପୁଟ ଜିଲ୍ଲା ମାଛକୁଣ୍ଡ ଷ୍ଟେଶନ ନିକଟରେ ଗତକାଲି ବିଶାଖାପାଟଣା-କିରାଣ୍ଡୁଳକୁ ସଂଯୋଗ କରୁଥିବା କେକେ ରେଳପଥରେ ଏକ ମାଲବାହୀ ଟ୍ରେନରେ ନିଆଁ ଲାଗି ଯାଇଥିଲା। ଏଥିଯୋଗୁ ମାଲବାହୀ ଟ୍ରେନ୍ର ପ୍ରାୟ ୮ଟି ବଗି କ୍ଷତିଗ୍ରସ୍ତ ହୋଇଛି।