ଭଦ୍ରକ (ପାର୍ଥସାରଥୀ ନାୟକ): ଭଦ୍ରକ-ଚାନ୍ଦବାଲି ରୋଡ୍ରେ ଚଢ଼ଉ କରି ୧ କେଜି ୧୪୦ ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରିଛି STF। ଯାହାର ଅନୁମାନିକ ମୂଲ୍ୟ ୧ କୋଟି ୧୪ ଲକ୍ଷ ଟଙ୍କା ହେବ। ଏହି ମାମଲାରେ ଏସ୍ଟିଏଫ୍ ମୀର ମୀନହାଜ କ୍ୱାଦ୍ରିଙ୍କୁ ଗିରଫ କରିଛି। ଗତ ୨୩ ଦିନରେ STF ୨ କେଜି ୫୫୨ ଗ୍ରାମ ବ୍ରାଉନସୁଗାର ଓ ୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରିଛି।
ସେପଟେ ଭଦ୍ରକ ଅବକାରୀ ବିଭାଗର ଏକ ସ୍ୱତନ୍ତ୍ର ଟିମ୍ ଭଣ୍ଡାରିପୋଖରୀ ବ୍ଲକର ଆଖୁଆପଦା ନିକଟରୁ ଏକ କାର୍ରୁ ୪୦୦ ଲିଟର ଦେଶୀ ମଦ ଜବତ କରିଛି। କାରଟି ଦେଶୀ ମଦ ଧରି ଆନନ୍ଦପୁରରୁ ଭଦ୍ରକ ଅଭିମୁଖେ ଆସୁଥିଲା। ଚଢ଼ଉ ସମୟରେ ଜଣେ କାର ଛାଡ଼ି ପଳାଇ ଯାଇଥିବା ବେଳେ ଅନ୍ୟ ଜଣକୁ ଅବକାରୀ ବିଭାଗ ଗିରଫ କରିଛି। ଏପରିକି ମଦ ଚାଲାଣ ହେଉଥିବା କାରକୁ ଜବତ କରିଥିଲା। ଜବତ ଦେଶୀ ମଦର ଆନୁମାନିକ ମୂଲ୍ୟ ଲକ୍ଷେରୁ ଅଧିକ ଟଙ୍କା ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।