ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱର ଅନ୍ତର୍ଗତ କେଦାରପଲ୍ଲୀର ପୁଲିସ୍ ମିତ୍ର ସହଦେବ ନାୟକ ଅଟକ। ବ୍ରାଉନ ସୁଗର କାରବାରରେ ସଂପୃକ୍ତି ସନ୍ଦେହରେ ସେ ଅଟକ ଅଛନ୍ତି। ସହଦେବଙ୍କ ବଡ଼ ଭାଇ ଟୁନା ନାୟକଙ୍କୁ ଅବକାରୀ ପୁଲିସ୍ ଗିରଫ କରିଛି। ଆଜି ଟୁନା ନାୟକଙ୍କ ଠାରୁ ୨୦ ଲକ୍ଷ ଟଙ୍କାର ବ୍ରାଉନ୍ ସୁଗର ଜବତ କରାଯାଇଛି।
ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଅବକାରୀ ଅଧିକାରୀମାନେ ସହଦେବଙ୍କ ଘରେ ଚଢ଼ାଉ କରିଥିଲେ। ଅବକାରୀ ପୁଲିସକୁ ଦେଖି ଟୁନା ବ୍ରାଉନ୍ ସୁଗର ଧରି ଦୌଡ଼ି ଥିଲେ। ବିଭାଗୀୟ କର୍ମଚାରୀମାନେ ପିଛା କରି ତାଙ୍କୁ କାବୁ କରିଥିଲେ। ଦୁଇ ଜଣଙ୍କୁ ଅବକାରୀ ପୁଲିସ ଅଧିକ ପଚରାଉଚରା କରୁଛି।
ତେବେ ବଡ଼ ଭାଇର ଏହି କଳା ସାମ୍ରାଜ୍ୟ ନେଇ ପୁଲିସ ମିତ୍ର ଥିବା ସାନଭାଇ ସହଦେବ ଜାଣି ନ ଥିଲେ, ନା ଏହି କଳା ସାମ୍ରାଜ୍ୟ ବୃଦ୍ଧି କରିବାରେ ସେ ପୃଷ୍ଠପୋଷକ ଥିଲେ, ତାହା ତଦନ୍ତ ପରେ ଜଣାପଡ଼ିବ ବୋଲି ଅବକାରୀ ବିଭାଗ ପକ୍ଷରୁ ସୂଚନା ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।