ମାଲକାନଗିରି (ଜିତେନ୍ଦ୍ର ବେଉରା): ମାଲକନଗିରି ଜିଲ୍ଲାରେ ବଡ ଧରଣର ନକ୍ସସ ଆକ୍ରମଣ ବିଫଳ ହୋଇଛି। କମ୍ବିଂ ଅପରେସନ ବେଳେ ଲ୍ୟାଣ୍ଡ ବିସ୍ଫୋରଣରେ ଜଣେ ଯବାନ ଆହତ ହୋଇଛନ୍ତି। ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।
ଆଜି ସକାଳୁ ମାଲକାନଗିରି ଜିଲ୍ଲା ଅନ୍ତର୍ଗତ ମାଥିଲି ବ୍ଲକର କର୍ତନପଲ୍ଲୀ ଗୋଗପଦର ଗାଁ ନିକଟସ୍ଥ ଜଙ୍ଗଲରେ ୧୬୦ ବିଏସଏଫ ବଟାଲିଅନ ପକ୍ଷରୁ କମ୍ବିଂ ଅପରେସନ ଚାଲିଥିଲା। ଏହି ସମୟରେ ନକ୍ସଲଙ୍କ ଦ୍ୱାରା ଖଞ୍ଜାଯାଇଥିବା ଲ୍ୟାଣ୍ଡମାଇନରେ ବିସ୍ଫୋରଣ ଘଟିଥିଲା।
ଏଥିରେ ଧର୍ମେନ୍ଦ୍ର ସାହୁ ନାମକ ଜଣେ ଯବାନ ଗୁରୁତର ହୋଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କାରାଯାଇଛି।ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ, ତାଙ୍କ ଗୋଡଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ସେପଟେ ଘଟଣାସ୍ଥଳରେ ପୁଲିସ ଓ ସୁରକ୍ଷାବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ ଜୋରଦାର କରାଯାଇଛି। ଯବାନମାନଙ୍କୁ ଟାର୍ଗେଟ କରି ନକ୍ସଲମାନେ ଏହି ଲ୍ୟାଣ୍ଡ ମାଇନ ଖଞ୍ଜିଥିବା ସନ୍ଦେହ କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Accident
ଟୋଲଗେଟ୍କୁ ଧକ୍କା ଦେଇ ଜଳିଗଲା କଣ୍ଟେନର, ଡ୍ରାଇଭର ଜୀବନ୍ତଦଗ୍ଧ
ଗତକାଲି ବିଳମ୍ବିତ ରାତିରେ କଣ୍ଟେନରଟି ପଶ୍ଚିମବଙ୍ଗରୁ ତାମିଲନାଡୁ ଯାଉଥିବା ବେଳେ ଘଟିଛି ଏହି ଦୁର୍ଘଟଣା।
Miscellaneous
ଆଇଏଏସ ବଦଳି: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି
ଆଇଏଏସ୍ ସ୍ତରରେ ଅଦଳବଦଳ। ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କଲେ ରାଜ୍ୟ ସରକାର।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।