‘ବୁଲ୍‌ବୁଲ୍‌’ ନେଲା ସାଇକ୍ଲୋନିକ୍ ଷ୍ଟର୍ମର ରୂପ

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଡିପ୍ ଡିପ୍ରେସନ୍ ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହୋଇଛି । ଏହା ବର୍ତ୍ତମାନ ସମୁଦ୍ର ମଧ୍ୟରେ ଘଣ୍ଟାପ୍ରତି ୫ କିଲୋମିଟର ବେଗରେ ଉତ୍ତର ଦିଗକୁ ଗତି କରୁଛି । ସାଇକ୍ଲୋନିକ ଷ୍ଟର୍ମ ‘ବୁଲବୁଲ୍’ ଏବେ ପାରାଦୀପଠାରୁ ୭୭୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି । ଏହା ଉତ୍ତର ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡ଼କୁ ମୁହାଁଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ […]

bulbul-1

Niharika Rout
  • Published: Thursday, 07 November 2019
  • , Updated: 07 November 2019, 07:57 AM IST

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଡିପ୍ ଡିପ୍ରେସନ୍ ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହୋଇଛି । ଏହା ବର୍ତ୍ତମାନ ସମୁଦ୍ର ମଧ୍ୟରେ ଘଣ୍ଟାପ୍ରତି ୫ କିଲୋମିଟର ବେଗରେ ଉତ୍ତର ଦିଗକୁ ଗତି କରୁଛି ।

ସାଇକ୍ଲୋନିକ ଷ୍ଟର୍ମ ‘ବୁଲବୁଲ୍’ ଏବେ ପାରାଦୀପଠାରୁ ୭୭୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି । ଏହା ଉତ୍ତର ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡ଼କୁ ମୁହାଁଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବା ପରେ ୩୬ ଘଣ୍ଟା ମଧ୍ୟରେ ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମର ରୂପ ନେବାର ଆଶଙ୍କା ରହିଛି । ବୁଲବୁଲ ପ୍ରଭାବରେ ଉତ୍ତର ଉପକୂଳ ଓଡିଶାରେ ୯  ଓ ୧୦ ତାରିଖରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

Related story