ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ‘ବୁଲ୍ବୁଲ୍‘ ପ୍ରଭାବରେ କେନ୍ଦ୍ରାପଡ଼ା ରାଜନଗରରେ ସର୍ବାଧିକ ବର୍ଷା ହୋଇଥିବା ସୂଚନା ମିଳିଛି। ୨୪ ଘଣ୍ଟା ଭିତରେ ରାଜନଗରରେ ୧୮୦ ମିମି ବର୍ଷା ରେକର୍ଡ କରାଯାଇଛି।
କେନ୍ଦ୍ରାପଡ଼ା ଜିଲ୍ଲାରେ ହାରାହାରି ୭୫.୬ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ଭଦ୍ରକ ଚାନ୍ଦବାଲିରେ ୧୫୦ ମିମି ବର୍ଷା ରେକର୍ଡ ହୋଇଛି। କେନ୍ଦ୍ରାପଡ଼ା ରାଜକନିକାରେ ୧୩୬ ମିମି ବର୍ଷା, ଜଗତସିଂହପୁରରେ ୧୦୦ ମିମି ବର୍ଷା ରେକର୍ଡ କରାଯାଇଛି।
ବର୍ଷା ଓ ପବନ ଯୋଗୁ କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି। କିଛି ଘରର ଆଜବେଷ୍ଟସ୍ ଓ ଚାଳ ଉପରେ ଗଛ ପଡ଼ିବାରୁ ତାହା କ୍ଷତିଗ୍ରସ୍ତ ହୋଇଛି। ଗଛ କାଟି ରାସ୍ତା ସଫା କରିବାରେ ବିଳମ୍ବ ହେବାରୁ ସ୍ଥାନୀୟ ଲୋକେ ହଇରାଣର ସମ୍ମୁଖିନ ହେଉଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Accident
ଟୋଲଗେଟ୍କୁ ଧକ୍କା ଦେଇ ଜଳିଗଲା କଣ୍ଟେନର, ଡ୍ରାଇଭର ଜୀବନ୍ତଦଗ୍ଧ
ଗତକାଲି ବିଳମ୍ବିତ ରାତିରେ କଣ୍ଟେନରଟି ପଶ୍ଚିମବଙ୍ଗରୁ ତାମିଲନାଡୁ ଯାଉଥିବା ବେଳେ ଘଟିଛି ଏହି ଦୁର୍ଘଟଣା।
Miscellaneous
ଆଇଏଏସ ବଦଳି: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି
ଆଇଏଏସ୍ ସ୍ତରରେ ଅଦଳବଦଳ। ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କଲେ ରାଜ୍ୟ ସରକାର।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।