ବୁର୍ଲାରେ ଜୁନିୟର ଡାକ୍ତରଙ୍କ ଆନ୍ଦୋଳନ ଜାରି, ଆଜି ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିବେ ୧୦ ଜଣିଆ ଟିମ୍

ସମ୍ୱଲପୁର: ବୁର୍ଲା ଭିଏସ୍ଏସ୍ ମେଡିକାଲ୍ କଲେଜ୍ ଜୁନିୟର ଡାକ୍ତରଙ୍କ ଆନ୍ଦୋଳନ ଜାରି ରହିଛି। ଆଜି ଭିଏସଏସ୍ ମେଡିକାଲର ନିର୍ଦ୍ଦେଶକ, ଅଧ୍ୟକ୍ଷ ଓ ଅଧୀକ୍ଷଙ୍କୁ ନେଇ ଗଠିତ ୧୦ ଜଣିଆ ପ୍ରତିନିଧି ଦଳ ଭୁବନେଶ୍ୱରରେ ସ୍ୱାସ୍ଥ୍ୟମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ଭେଟି ଆଲୋଚନା କରିବେ।

ସ୍ଥାନୀୟ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ଜୁନିୟର ଡାକ୍ତରଙ୍କ ସହ ଆଲୋଚନା କରିଥିଲେ। ସାଢେ ୪ଶହରୁ ଅଧିକ ଡାକ୍ତର ଆନ୍ଦୋଳନ ଚଳାଇଥିବାରୁ ମେଡିକାଲର ସ୍ୱାସ୍ଥ୍ୟସେବା ଗୁରୁତର ପ୍ରଭାବିତ ହୋଇଛି।