କାମାକ୍ଷାନଗର(ଓଡ଼ିଶା ରିପୋର୍ଟର): ଢେଙ୍କାନାଳ-କାମାକ୍ଷାନଗର ମୁଖ୍ୟ ରାସ୍ତାର ଜଡ଼ାପାଳ ଛକ ନିକଟରେ ଯାତ୍ରୀବାହୀ ବସ ଧକ୍କାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି । ଯାହାକୁ ନେଇ ଉତ୍ୟକ୍ତ ଲୋକମାନେ ବସଟିକୁ ଜାଳି ଦେଇଛନ୍ତି । ମୃତକ ଜଣଙ୍କ ତୁମୁସିଙ୍ଗା ଥାନା ସିରିମୂଳା ଗାଁର ମୁକୁନ୍ଦ ସାହୁ । ମୁକୁନ୍ଦ ନିଜ ବନ୍ଧୁ ଘର କାମାକ୍ଷାନଗର ଥାନା ରେକୁଳା ଗାଁରୁ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା ଘଟିଥିଲା ।
[caption id="attachment_736803" align="aligncenter" width="921"] ଦୁର୍ଘଟଣା ଘଟାଇ ଥିବା ବସ୍[/caption]
ଢେଙ୍କାନାଳରୁ ଜଗମୋହନପୁର ଯାଉଥିବା ଗଣେଶ ନାମକ ଏକ ଯାତ୍ରୀବାହୀ ବସ ଧକ୍କା ଦେଇଥିଲା । ଘଟଣା ସ୍ଥଳରେ ହିଁ ତାଙ୍କ ପ୍ରାଣବାୟୁ ଉଡି ଯାଇଥିଲା । ଏ ନେଇ ଉତ୍ୟକ୍ତ ଲୋକମାନେ ବସଟିକୁ ଜାଳିଦେବା ସହ କିଛି ସମୟ ଧରି ରାସ୍ତାରେ ହଙ୍ଗାମା କରିଥିଲେ । ତେବେ ଘଟଣା ସ୍ଥଳରେ ଚାପା ଉତ୍ତେଜନାକୁ ଦେଖି କାମାକ୍ଷାନଗର ପୁଲିସ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲା। କିପରି ପରିସ୍ଥିତିରେ ଦୁର୍ଘଟଣା ଘଟିଲା ସେ ନେଇ ପୁଲିସ ଅଧିକ ତଦନ୍ତ ଚଳାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Politics
ବିସ୍ଫୋରକ ସ୍ଥିତିରେ ବିଜେଡି: ପୁରୁଖାଙ୍କୁ ନାଲିଆଖି ଦେଖାଇ ସୁଜାତାଙ୍କ ହାତରେ ସଂଗଠନ ଟେକିଦେବେ କି ନବୀନ?
ଦଳର ୨୪ବର୍ଷ ଶାସନର ଅପ୍ରତ୍ୟାଶିତ ଅନ୍ତର ପ୍ରମୁଖ କାରଣ ସାଜିଥିବା ପାଣ୍ଡିଆନଙ୍କୁ ଦୀର୍ଘ ୧୦ମାସ ଧରି ନବୀନ ନିଜ ପାଖରୁ କାହିଁକି ଦୂରେଇପାରୁନାହାନ୍ତି ଓ ପାଣ୍ଡିଆନଙ୍କୁ କ୍ଲିନଚିଟ୍ ଦେବାକୁ ଯାଇ କିଭଳି ମିଛ କହିବାକୁ ପଛାଉନାହାନ୍ତି ତାହା ଦଳୀୟ ମହଲରେ ନାନାଦି ଚର୍ଚ୍ଚାକୁ ଖୋରାକ ଯୋଗାଇଥିବାବେଳେ ଦଳୀୟ ସଂଗଠନରେ ପାଣ୍ଡିଆନମାର୍କା ନେତାମାନଙ୍କ ପ୍ରଭାବ କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି ।

Special
ପାଣି ସମସ୍ୟା, ବାହା ହୋଇପାରୁନାହାନ୍ତି ଗାଁ ଯୁବକ
ବଡ଼ବାର୍ଲି ଗାଁରେ ୨୧୮ଟି ଘର ଅଛି। ଗାଁର ମୋଟ ଜନସଂଖ୍ୟା ୧୦୦୦ରୁ ଅଧିକ। ସେମାନେ ଆଦିବାସୀ ଓ ଦଳିତ। ପାହାଡ଼, ଜଙ୍ଗଲ ଘେରା ଏହି ଗାଁକୁ ରାସ୍ତା ଯାଇଛି। ବିଜୁଳି ବି ପହଞ୍ଚି ପାରିଛି। କିନ୍ତୁ ଜଳ ବ୍ୟବସ୍ଥା ହୋଇପାରିନାହିଁ।

Politics
ପୁଣି ପାଣ୍ଡିଆନଙ୍କ ପାଇଁ ଢାଲ ହେଲେ ନବୀନ: ବିଜେଡିରେ ଅରାଜକତା, ମେଳିକୁ ମିଳିଲା ବଳ, ବିଭାଜନ ଆସନ୍ନ
ପାଣ୍ଡିଆନଙ୍କୁ ନେଇ ଦଳରେ ବଢ଼ୁଥିବା ଅସନ୍ତୋଷ ଓ ମେଳିକୁ ଦେଖି ଆଜି ସନ୍ଧ୍ୟାରେ ନବୀନ ନାଟକୀୟ ଢଙ୍ଗରେ ଦୁଇଟି ଜାତୀୟ ନ୍ୟୁଜ ଏଜେନ୍ସୀକୁ ଡକାଇ ବୟାନ ଦେଇଛନ୍ତି ।

Politics
କେବେ ଓଡ଼ିଶା ପାଇବ ବକେୟା ଟିକସ?
ସୁପ୍ରିମକୋର୍ଟଙ୍କ ଏହି ଐତିହାସିକ ରାୟ କାର୍ଯ୍ୟକାରୀ ହେଲେ ନାଲକୋ ଭଳି ରାଷ୍ଟ୍ରାୟତ୍ତ କମ୍ପାନୀଗୁଡ଼ିକୁ ବିଭିନ୍ନ ଖଣି-ଭିତ୍ତିକ ରାଜ୍ୟକୁ 70 ହଜାର କୋଟି ଟଙ୍କା ଓ ଘରୋଇ କମ୍ପାନୀଗୁଡ଼ିକୁ 80 ହଜାର କୋଟି ଟଙ୍କା ଦେବାକୁ ପଡ଼ିବ ବୋଲି ଆକଳନ କରାଯାଇଛି।

Special
ଚିନ୍ତାରେ ଚିନ୍ତାମଣିପୁର ଗ୍ରାମବାସୀ
୨୫ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ରାଜ୍ୟରେ ସରକାର କରିଥିଲା। କିନ୍ତୁ ତା’ ମଧ୍ୟରେ କଟକ ଜିଲ୍ଲାରେ ଥିବା ଚିନ୍ତାମଣିପୁର ଗାଁ ଲୋକଙ୍କ ସମସ୍ୟା ଦୂର ହୋଇପାରିଲା ନାହିଁ।