ରାଇରଙ୍ଗପୁର (ରାଜେଶ ଶର୍ମା): ମୟୂରଭଞ୍ଜି ଜିଲ୍ଲା ରାଇରଙ୍ଗପୁରରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ୩ ଗୁରୁତର ଅଛନ୍ତି। ସେମାନଙ୍କୁ ବାରିପଦା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି।
ଆପୁ ନାମକ ଏକ ଘରୋଇ ବସ୍ ରାଇରଙ୍ଗପୁରରୁ ବାରିପଦା ଅଭିମୁଖେ ଯାତ୍ରା କରୁଥିଲା। ଗ୍ରାମାଞ୍ଚଳ ଥାନା ହାତୀବାରି ନିକଟରେ ବସଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ୪୦ରୁ ଅଧିକ ଯାତ୍ରୀ ଆହତ ହୋଇଥିଲା। ସମସ୍ତଙ୍କୁ ଉଦ୍ଧାର କରାଯାଇ ରାଇରଙ୍ଗପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେମାନଙ୍କ ଭିତରୁ ୩ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।