ଓଲଟିଲା ‘ଗରୁଡ଼’

ଜଗତସିଂହପୁର (ଶଶାଙ୍କ ଶେଖର ପଣ୍ଡା): ଜଗତସିଂହପୁର ଜିଲ୍ଲା ସଅଁରା ସ୍ଥିତ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ନିକଟରେ ଏକ ଘରୋଇ ବସ୍‌ ରାସ୍ତା କଡ଼ରେ ଥିବା ବିଲକୁ ଓଲଟି ପଡ଼ିବାରୁ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆଜି ଦିନ ପ୍ରାୟ ସାଢ଼େ ୧୨ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା।  ‘ଗରୁଡ଼’ ନାମକ ବସ୍‌ଟି ଜଗତସିଂହପୁରରୁ ସାରଳା ମନ୍ଦିର ଅଭିମୁଖେ […]

accident

Jyoshna Pradhan
  • Published: Friday, 24 January 2020
  • , Updated: 24 January 2020, 02:46 PM IST

ଜଗତସିଂହପୁର (ଶଶାଙ୍କ ଶେଖର ପଣ୍ଡା): ଜଗତସିଂହପୁର ଜିଲ୍ଲା ସଅଁରା ସ୍ଥିତ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ନିକଟରେ ଏକ ଘରୋଇ ବସ୍‌ ରାସ୍ତା କଡ଼ରେ ଥିବା ବିଲକୁ ଓଲଟି ପଡ଼ିବାରୁ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଆଜି ଦିନ ପ୍ରାୟ ସାଢ଼େ ୧୨ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା।  ‘ଗରୁଡ଼’ ନାମକ ବସ୍‌ଟି ଜଗତସିଂହପୁରରୁ ସାରଳା ମନ୍ଦିର ଅଭିମୁଖେ ଯାଉଥିଲା। ବସ୍‌ରେ ୪୦ରୁ ଅଧିକ ଯାତ୍ରୀ ଥିଲେ। ଏହି ସମୟରେ ବସ୍‌ର ଆଗ ଚକା ଫାଟି ଯିବାରୁ ଭାର଼ସାମ୍ୟ ହରାଇ ତାହା ବିଲକୁ ଓଲଟି ପଡ଼ିଥିଲା। ସ୍ଥାନୀୟ ଲୋକେ ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

Related story