ଓଲଟି ପଡ଼ିଲା ବସ, ୭ ଶ୍ରମିକ ଗୁରୁତର

ମାଲକାନଗିରି: (ଓଡ଼ିଶା ରିପୋର୍ଟର): ଶ୍ରମିକଙ୍କୁ ନେଇ ଯାଉଥିବା ଏକ ବସ୍‌ NH- ୩୨୬ ଚମ୍ପାଖାରି ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ବସ୍‌ଟି ଓଲଟି ପଡ଼ିବା ଫଳରେ ୭ ଜଣ ଶ୍ରମିକ ଗୁରୁତର ଭାବେ ଆହତ ହୋଇଛନ୍ତି। ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ଗୁରୁତରଙ୍କୁ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, ବସ୍‌ଟି ୨୭ ଜଣ ଶ୍ରମିକଙ୍କୁ ନେଇ ସୋନପୁରରୁ ତାମିଲନାଡୁ ତ୍ରିଚୁର ଜିଲ୍ଲାକୁ ଅଭିମୁଖେ ଯାତ୍ରା କରୁଥିଲା। ଏହି ସମୟରେ […]

6nm

Tapas Behera
  • Published: Sunday, 04 October 2020
  • , Updated: 04 October 2020, 12:35 PM IST

ମାଲକାନଗିରି: (ଓଡ଼ିଶା ରିପୋର୍ଟର): ଶ୍ରମିକଙ୍କୁ ନେଇ ଯାଉଥିବା ଏକ ବସ୍‌ NH- ୩୨୬ ଚମ୍ପାଖାରି ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ବସ୍‌ଟି ଓଲଟି ପଡ଼ିବା ଫଳରେ ୭ ଜଣ ଶ୍ରମିକ ଗୁରୁତର ଭାବେ ଆହତ ହୋଇଛନ୍ତି। ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ଗୁରୁତରଙ୍କୁ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, ବସ୍‌ଟି ୨୭ ଜଣ ଶ୍ରମିକଙ୍କୁ ନେଇ ସୋନପୁରରୁ ତାମିଲନାଡୁ ତ୍ରିଚୁର ଜିଲ୍ଲାକୁ ଅଭିମୁଖେ ଯାତ୍ରା କରୁଥିଲା। ଏହି ସମୟରେ ବସ୍‌ଟି NH- ୩୨୬ ଚମ୍ପାଖାରି ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା। ଫଳରେ ୭ଜଣ ଶ୍ରମିକ ଗୁରୁତର ଭାବେ ଆହତ ହୋଇଥିବା ବେଳେ ବାକି ଶ୍ରମିକମାନେ ସୁରକ୍ଷିତ ଅଛନନ୍ତି। ବସ୍‌ରେ ୨ଜଣ ଡ୍ରାଇଭର ମଧ୍ୟ ଥିଲା। ଶ୍ରମିକମାନେ ତାମିଲନାଡୁରେ ଏକ ସୂତା କଳରେ କାମ କରିବାକୁ ଯାଉଥିଲେ ବୋଲି ଜଣାପଡ଼ିଛି।

Related story