ଘାଟିରେ ଉଠୁଥିଲା, ହଠାତ୍‌ ଓଲଟି ପଡ଼ିଲା ‘ଓମ୍ ସାଇ’ ବସ୍‌

ରାୟଗଡ଼ା(ମନୋଜ ପାତ୍ର): ରାୟଗଡ଼ା ଜିଲ୍ଲା ମୁକୁନ୍ଦପୁର ଘାଟିରେ  ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଘାଟିକୁ ଉଠୁଥିବା ବେଳେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିବାରୁ ୭ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଆହତଙ୍କୁ ରାୟଗଡ଼ା ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଓମ୍ ସାଇ ନାମକ ବସ୍‌ଟି ଜୟପୁରରୁ ଯାତ୍ରୀଙ୍କୁ ନେଇ ଅନୁଗୁଳ ଅଭିମୁଖେ ଯାଉଥିଲା । ତେବେ ଘାଟିରେ ଉଠିବାବେଳେ ଭାରସାମ୍ୟ ହରାଇ ବସ୍‌ଟି ଓଲଟି ପଡ଼ିଥିଲା । ଫଳରେ ବସ୍‌ରେ ଥିବା […]

Accident

Niharika Rout
  • Published: Monday, 26 April 2021
  • , Updated: 26 April 2021, 09:43 AM IST

ରାୟଗଡ଼ା(ମନୋଜ ପାତ୍ର): ରାୟଗଡ଼ା ଜିଲ୍ଲା ମୁକୁନ୍ଦପୁର ଘାଟିରେ  ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଘାଟିକୁ ଉଠୁଥିବା ବେଳେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିବାରୁ ୭ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଆହତଙ୍କୁ ରାୟଗଡ଼ା ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଓମ୍ ସାଇ ନାମକ ବସ୍‌ଟି ଜୟପୁରରୁ ଯାତ୍ରୀଙ୍କୁ ନେଇ ଅନୁଗୁଳ ଅଭିମୁଖେ ଯାଉଥିଲା । ତେବେ ଘାଟିରେ ଉଠିବାବେଳେ ଭାରସାମ୍ୟ ହରାଇ ବସ୍‌ଟି ଓଲଟି ପଡ଼ିଥିଲା । ଫଳରେ ବସ୍‌ରେ ଥିବା ପ୍ରାୟ ୭ ଜଣ ଯାତ୍ରୀ ଆହତ ହୋଇଛନ୍ତି।

ଖବରପାଇ ମୁକୁନ୍ଦପୁର ଫାଣ୍ଡି ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଆହତ ଯାତ୍ରୀଙ୍କୁ ଆଣି ରାୟଗଡା ଜିଲ୍ଲା ମୂଖ୍ୟ ଚିକିତ୍ସାଲୟରେ ଭର୍ତ୍ତି କରିଛି। ଦୁର୍ଘଟଣା ପରେ ବସ ଡ୍ରାଇଭର ଫେରାର ହୋଇଯାଇଛି।

Related story