ରାଇରଙ୍ଗପୁର(ରାଜେଶ ଶର୍ମା): ଝାରଖଣ୍ଡ ଦେଇ ଯାଇଥିବା ୨୨୦ ନମ୍ୱର ଜାତୀୟ ରାଜପଥରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୩ ଜଣ ଓଡ଼ିଆଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ମୟୂରଭଞ୍ଜ ଜିଲ୍ଲା ବିଜାତଳା ବ୍ଲକର ବାଟଦୁଆ ଗାଁର ବୋଲି ଜଣାପଡ଼ିଛି। ମଙ୍ଗଲ ମାନସିଂହ, ତାଙ୍କ ୧୦ ବର୍ଷର ପୁଅ ଓ ଅନ୍ୟ ଜଣେ ମହିଳା।
ସୂଚନାରୁ ପ୍ରକାଶ, ବାଟଦୁଆ ଗାଁର ମଙ୍ଗଲ ମାନସିଂହ ଗତ କିଛି ବର୍ଷ ଧରି ଜାମସେଦପୁରରେ ରୁହନ୍ତି। ଆଜି ଶ୍ରୀ ମାନସିଂ ବାଇକରେ ନିଜ ଗାଁରୁ ଜାମସେଦପୁର ଅଭିମୁଖେ ଯାଉଥିଲେ। ୨୨୦ ନମ୍ୱର ଏନ୍ଏଚ୍ର ତିରିଲଡିହି ନିକଟରେ ଜାମସେଦପୁରରୁ ଚାଇଁବସା ଯାଉଥିବା ଏକ ଯାତ୍ରୀବାହୀ ବସ୍ ଶ୍ରୀ ମାନସିଂହଙ୍କ ବାଇକ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ଶ୍ରୀ ମାନସିଂହ, ତାଙ୍କ ୧୦ ବର୍ଷର ପୁଅ ଓ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଝାରଖଣ୍ଡ ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସମଲିଙ୍ଗୀ ବିବାହ: ବଡ଼ ନିଷ୍ପତ୍ତି ନେଲେ ସୁପ୍ରିମକୋର୍ଟ
ପୁନଃ ସମୀକ୍ଷା କରିବାକୁ ହୋଇଥିବା ଏକାଧିକ ଆବେଦନକୁ ମଧ୍ୟ ଆଜି ସର୍ବୋଚ୍ଚ ଅଦାଲତ ଅଗ୍ରାହ୍ୟ କରିଦେଇଛନ୍ତି। ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ୨୦୨୩ରେ ସର୍ବୋଚ୍ଚ ନ୍ୟାୟଳୟ ସଫା ସଫା ମନା କରିଦେଇଥିଲେ।
National
‘ଆମର ଅଧା କାହାଣୀ’ ଲେଖି ଝୁଲି ପଡ଼ିଲେ ଯୁବକ
୬ ମାସ ତଳେ କୋର୍ଟରେ ବାହା ହୋଇଥିଲେ। ତଥାପି ଝିଅ ଘର ଲୋକ ଶାନ୍ତିରେ ବଞ୍ଚିବାକୁ ଦେଲେନି। ସମୟକ୍ରମେ ଝିଅ ମଧ୍ୟ ବଦଳିଗଲା। ଶେଷରେ କୌଣସି ଉପାୟ ନ ପାଇ ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରି ଦେଇଛନ୍ତି।
National
ଭୁଶୁଡ଼ିଲା ପ୍ଲାଣ୍ଟର ସିଲୋ: ୪ ଶ୍ରମିକ ମୃତ, ଚାପି ହୋଇ ରହିଛନ୍ତି ଅନେକ
ସିଲୋ ହେଉଛି ଲୁହାରେ ତିଆରି ହୋଇଥିବା ବିରାଟକାୟ ସିଲଣ୍ଡର ଆକୃତିର ଷ୍ଟ୍ରକଚର। ଇଟା ଭାଟିରେ ଲାଗୁଥିବା ଚିମିନି ଭଳି ଏହା ଦେଖିବାକୁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
National
ଆପ୍ର ୫୮ରୁ ୩୨ ଓ ବିଜେପିର ୭ରୁ ୪ ବିଧାୟକଙ୍କ ନାଁରେ ରହିଛି ଗୁରୁତର ମାମଲା
ଦଳ ଦୃଷ୍ଟିରୁ ଦେଖିଲେ ଆପର ୫୮ ଜଣ ବିଧାୟକଙ୍କ ପାଖରେ ହାରାହାରି ୧୩.୩୯ କୋଟି ଟଙ୍କାର ସମ୍ପତ୍ତି ରହିଥିବାବେଳେ ବିଜେପିର ୭ ଜଣ ବିଧାୟକଙ୍କ ପାଖରେ ହାରାହାରି ୭ କୋଟି ୪୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।