ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱରର ବରମୁଣ୍ଡାରେ ‘ଚକାଡ଼ୋଳା’ ନାମକ ଏକ ଯାତ୍ରୀବାହୀ ବସ୍ ଜଳିଯାଇଛି। ତେବେ ଏଥିରେ କେହି ମୃତାହତ ହୋଇନାହାନ୍ତି। ନିଆଁ ଲାଗିଥିବା ଦେଖି ବସ୍ ଭିତରେ ଶୋଇଥିବା କର୍ମଚାରୀ ଓ କିଛି ଯାତ୍ରୀ ଓହ୍ଲାଇ ଆସିଥିଲେ। ଅଗ୍ନିଶମ କର୍ମଚାରୀମାନେ ନିଆଁକୁ ଆୟତ୍ତ କରିଛନ୍ତି।
ବସ୍ଟି ରାତିରେ କଳାହାଣ୍ଡିରୁ ଭୁବନେଶ୍ୱର ଆସି ବସ୍ଷ୍ଟାଣ୍ଡ ପରିସରରେ ଛିଡ଼ା ହୋଇଥିଲା। ବସ୍ ଭିତରେ କର୍ମଚାରୀ ଓ ଅନ୍ୟମାନେ ଶୋଇଥିବା ବେଳେ କୌଣସି କାରଣରୁ ଅପରାହ୍ଣରେ ଏଥିରେ ନିଆଁ ଲାଗି ଯାଇଥିଲା। ନିଆଁ ହୁତୁହୁତୁ ହୋଇ ଜଳୁଥିବା ଦେଖି ପାଖରେ ଛିଡ଼ା ହୋଇଥିବା ଅନ୍ୟ ବସ୍ ଗୁଡ଼ିକୁ ପ୍ରଥମେ ବାହାର କରି ଦିଆଯାଇଥିଳା। ପରେ ଅଗ୍ନିଶମ କର୍ମଚାରୀଙ୍କୁ ଖବର ଦିଆଯାଇଥିଲା। ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁ ଆୟତ୍ତ କରିଥିଲେ।
ଏସ୍ସିରୁ ସର୍ଟସର୍କିଟ୍ ଯୋଗୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି।
https://youtu.be/DzL8La8UQFc
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜେଡ୍ ଇଷ୍ଟେଟ୍ ମାଲିକଙ୍କ ବୟାନ ପରେ ସତ ଖୋଲିଲା ଇଡି: ଜବତ ହୋଇଛି ୧.୩୯କୋଟି ଟଙ୍କା ସହ ବହୁ ଆପତ୍ତିଜନକ ଦସ୍ତାବିଜ
ଭୁବନେଶ୍ୱରର ଗାଡ଼କଣ ମୌଜାରେ ସାଧାରଣ ପ୍ରଶାସନ ବିଭାଗର ଏକ ମୂଲ୍ୟବାନ ସରକାରୀ ଜମି ଜାଲିଆତି ଅଭିଯୋଗ ମାମଲାର ଶୁଣାଣି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ସୁପ୍ରିମକୋର୍ଟ ଦେଇଥିବା ରାୟ ମଧ୍ୟ ଶ୍ରୀ ମହାନ୍ତିଙ୍କ ଅଡ଼ୁଆ ବଢ଼ାଇଛି ।
Miscellaneous
ମା’ ବିରଜାଙ୍କ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
‘ଏହି ପ୍ରାଚୀନ ପ୍ରସିଦ୍ଧ ଶକ୍ତି ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ। ଏଥିପାଇଁ ମଞ୍ଜୁର କରାଯାଇଥିବା ପ୍ରକଳ୍ପ ଗୁଡ଼ିକ ଜାରି ରହିଛି।’
Entertainment
ମହାପ୍ରଭୁଙ୍କୁ ତାଚ୍ଛଲ୍ୟ...; ଯାତ୍ରା ଷ୍ଟେଜକୁ ଚେୟାର ଫିଙ୍ଗିଲେ ଦର୍ଶକ
ଖଳ ଚରିତ୍ରରେ ଥିବା ନବ ଘୋଷ କୋଟି ଓଡ଼ିଆଙ୍କ ଆରାଧ୍ୟ ମହାପ୍ରଭୁ ଜଗନ୍ନାଥଙ୍କୁ କଡା ଭାଷାରେ ଆକ୍ଷେପ କଲା ପରି ସଂଳାପ କହିଥିଲେ। ନବ ଘୋଷଙ୍କ ସେହି ସଂଳାପ ଶୁଣିବା ପରେ ତାତି ଯାଇଥିଲେ ଷ୍ଟେଜ୍ ସମ୍ମୁଖରେ ବସିଥିବା ଦର୍ଶକ।
Politics
ଭବଙ୍କ ପାଇଁ ଅଡୁଆ ବଢିଲା; ଯୋଡି ହେଲା ଆଉ ୩ ମାମଲା
ଆଜି ସକାଳେ କ୍ରାଇମବ୍ରାଞ୍ଚର ୬ ଜଣିଆ ଟିମ୍ ଯାଜପୁର ଜିଲ୍ଲା ଧର୍ମଶାଳା ବୁଢ଼ାପୋଲରେ ପହଞ୍ଚିଥିଲା। ଯେଉଁଠି ୨୦ ତାରିଖ ସଂଧ୍ୟାରେ ବିଧାୟକ ହିମାଂଶୁଙ୍କ ଉପରେ ଠେଙ୍ଗାବାଡ଼ି ଧରି ସଂଘବଦ୍ଧ ଆକ୍ରମଣ କରାଯାଇଥିଲା।
Crime
ଲୁଟ୍ରେ ଯାଇଥିଲା ମହିଳାଙ୍କ ଜୀବନ; ୧୨ ଦିନ ପରେ ଝାରଖଣ୍ଡରୁ ଧରାପଡ଼ିଲା ଲୁଟେରା
ଏୟାଫିଲ୍ଡ ଥାନା ଲବଣଗିରି ଛକରେ ରାସ୍ତା ଶୂନ୍ଶାନ ଦେଖି ୟୁ.ବିଷ୍ଣୁ ପାତ୍ରଙ୍କ ବେକରେ ପଡ଼ିଥିବା ସୁନା ଚେନ୍ ଝାମ୍ପି ନେବାକୁ ଉଦ୍ୟମ କରିଥିଲେ ରାଜା। ହେଲେ ୟୁ.ବିଷ୍ଣୁ ପାତ୍ର ବାଇକ୍ରୁ ପଡ଼ି ଯାଇଥିଲେ।