ଟ୍ରକ୍‌ ପଛରେ ପିଟି ହେଲା ପ୍ରବାସୀ ଶ୍ରମିକଙ୍କୁ ନେଇ ଯାଉଥିବା ବସ୍‌

ଖଲ୍ଲିକୋଟ (ସିଲୁ ବିଶ୍ୱାଳ): ପ୍ରବାସୀ ଶ୍ରମିକଙ୍କୁ ନେଇ ଯାଉଥିବା ବେଳେ ପୁଣି ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଡିମିରିଆ ଛକରେ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥରେ ବସଟି ଏକ ଟ୍ରକ୍ ପଛରେ ଧକ୍କା ଦେବାରୁ ୪ ଜଣ ପ୍ରବାସୀ ଶ୍ରମିକ ଆହତ ହୋଇଛନ୍ତି। ସେମାନଙ୍କୁ ଖଲ୍ଲିକୋଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସ୍‌ରେ ୩୧ ଜଣ ପ୍ରବାସୀ ଶ୍ରମିକ ଥିଲେ। ସେମାନେ ସମସ୍ତେ ପଶ୍ଚିମବଙ୍ଗର। ସେମାନେ ଚେନ୍ନାଇରୁ ବସ୍‌ ଯୋଗେ ନିଜ […]

truck1

Jitendra Garnayak
  • Published: Wednesday, 20 May 2020
  • , Updated: 20 May 2020, 12:33 PM IST

ଖଲ୍ଲିକୋଟ (ସିଲୁ ବିଶ୍ୱାଳ): ପ୍ରବାସୀ ଶ୍ରମିକଙ୍କୁ ନେଇ ଯାଉଥିବା ବେଳେ ପୁଣି ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଡିମିରିଆ ଛକରେ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥରେ ବସଟି ଏକ ଟ୍ରକ୍ ପଛରେ ଧକ୍କା ଦେବାରୁ ୪ ଜଣ ପ୍ରବାସୀ ଶ୍ରମିକ ଆହତ ହୋଇଛନ୍ତି। ସେମାନଙ୍କୁ ଖଲ୍ଲିକୋଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ବସ୍‌ରେ ୩୧ ଜଣ ପ୍ରବାସୀ ଶ୍ରମିକ ଥିଲେ। ସେମାନେ ସମସ୍ତେ ପଶ୍ଚିମବଙ୍ଗର। ସେମାନେ ଚେନ୍ନାଇରୁ ବସ୍‌ ଯୋଗେ ନିଜ ରାଜ୍ୟକୁ ଫେରୁଥିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ବସ୍‌ ଡ୍ରାଇଭରଙ୍କ ଆଖି ଲାଗି ଯିବାରୁ ଏହି ଦୁର୍ଘଟଣା ଘଟିଥିଲା। ଡିମିରିଆ ଛକରେ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ମାଲ୍‌ ବୋଝେଇ ଟ୍ରକ୍‌ ପଛରେ ବସ୍‌ଟି ପିଟି ହୋଇଯାଇଥିଲା। ଫଳରେ ବସ୍ ସାମ୍ନାରେ ବସିଥିବା ୪ ଶ୍ରମିକ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ବସ୍‌ ଡ୍ରାଇଭର ଫେରାର ହୋଇଯାଇଥିଲା।

ଖଲ୍ଲିକୋଟ ଡାକ୍ତରଖାନାରେ ଆହତଙ୍କ ଚିକିତ୍ସା ଚାଲିଥିବା ବେଳେ ଅନ୍ୟ ଶ୍ରମିକମାନଙ୍କୁ ପୁଲିସ୍ ସେମାନଙ୍କ ରାଜ୍ୟକୁ ପଠାଇବାକୁ ବ୍ୟବସ୍ଥା କରୁଥିବା ସୂଚନା ମିଳିଛି।

Related story