କୋରାପୁଟ(ସୂର୍ଯ୍ୟ ନାରାୟଣ ପଣ୍ଡା): ରାସ୍ତାରେ ଛିଡ଼ା ହୋଇଥିବା ଟିପରକୁ ପଛରୁ ପିଟିଲା ଯାତ୍ରୀବାହୀ ସରକାରୀ ବସ୍ । ଆଜି ସକାଳୁ ସକାଳୁ କୋରାପୁଟ ଜିଲ୍ଲା ୨୬ ନଂ ଜାତୀୟ ରାଜପଥର ଶୁଣ୍ଢି ପୁଙ୍ଗାର ନିକଟରେ ଏହି ମର୍ମନ୍ତୁଦ ବସ୍ ଦୁର୍ଘଟଣା ଘଟିଥିବା ବେଳେ ଏଥିରେ ୧୦ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।
ସୂଚନା ଅନୁଯାୟୀ, ଯାତ୍ରୀବାହୀ ବସ୍ଟି ବିଶାଖାପାଟଣାରୁ ଗତକାଲି ରାତିରେ ବାହାରିଥିବା ବେଳେ ତାହା ଚିତ୍ରକୋଣ୍ଡା ଅଭିମୁଖେ ଆସୁଥିଲା। ଭୋର ପ୍ରାୟ ୪ଟା ସମୟରେ ବସ୍ଟି ଶୁଣ୍ଢି ପୁଙ୍ଗାର ରାସ୍ତା ଅତିକ୍ରମ କରୁଥିଲା। ଏହି ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଟିପରକୁ ପଛରୁ ପିଟିଲା ବସ୍।
ଘଟଣା ସ୍ଥଳରେ ପଟାଙ୍ଗି ପୁଲିସ୍ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ୧୦ ଆହତଙ୍କୁ ଉଦ୍ଧାର କରି କୁନ୍ଦୁଲି ପ୍ରାଥମିକ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛି। ସେମାନଙ୍କ ମଦ୍ୟରୁ ଜଣେ ଗୁରୁତରଙ୍କୁ କୋରାପୁଟ ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସପିଟାଲକୁ ସ୍ଥାନାନ୍ତର କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।