ବାରିପଦା (ମାଣିକ ଲାଲ ପାଣି): ପୁଣି ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ବସ୍ଟି ଏକ ବାଇକ୍କୁ ପିଟିବା ପରେ ଓଲଟି ପଡ଼ିଥିଲା। ଏଥିରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ବସ୍ରେ ଥିବା ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି।
ଘଟଣାଟି ଘଟିଛି ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ଥାନା ଅନ୍ତର୍ଗତ ବାଲିଆଛକରେ। ଆଜି ସକାଳେ ‘ସୌରଭ’ ନାମକ ଏହି ଘରୋଇ ବସ୍ଟି ୪୯ ନମ୍ବର ଜାତୀୟ ରାଜପଥରେ ବାରିପଦାରୁ କେନ୍ଦୁଝର ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବସ୍ ଧକ୍କାରେ ବାଇକ୍ ଆରୋହୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା।
ସ୍ଥାନୀୟ ଲୋକଙ୍କ ସହଯୋଗରେ ପୁଲିସ୍ ଓ ଦମକଳବାହିନୀ ଆହତ ବସ୍ ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ। ଆହତମାନଙ୍କୁ ବାରିପଦା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ଦୁର୍ଘଟଣା ପରେ ବସ୍ ଡ୍ରାଇଭର ଫେରାର୍ ହୋଇଯାଇଛନ୍ତି। ଡ୍ରାଇଭରଙ୍କୁ ଗିରଫ କରିବା ଓ ମୃତ ବ୍ୟକ୍ତିଙ୍କ ପରିବାରକୁ କ୍ଷତିପୂରଣ ଦେବା ଦାବିରେ ଲୋକେ ରାସ୍ତାରୋକ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଇଏଏସ ବଦଳି: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି
ଆଇଏଏସ୍ ସ୍ତରରେ ଅଦଳବଦଳ। ୧୨ଜଣ ଆଇଏଏସ୍ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କଲେ ରାଜ୍ୟ ସରକାର।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।
Miscellaneous
ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍ ସର୍ଭେ ରିପୋର୍ଟ
ବୈଷୟିକ ରିପୋର୍ଟ ହସ୍ତଗତ ହୋଇ ସାରିଥିବାରୁ ତୁରନ୍ତ ସମଗ୍ର ରତ୍ନଭଣ୍ଡାରର ମରାମତି ଓ ସଂରକ୍ଷଣ କାର୍ଯ୍ୟ ହାତକୁ ନେବାକୁ ଏଏସଆଇ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଥିବା ଲେଖିଛନ୍ତି ମୁଖ୍ୟ ପ୍ରଶାସକ।
Miscellaneous
ଓଡ଼ିଶା ଶିଳ୍ପ ନୀତି ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ
ଓଡ଼ିଶାରେ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଆଜି ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।