ଭୁବନେଶ୍ୱରର(ଓଡ଼ିଶା ରିପୋର୍ଟର): ଆଜି ଭୁବନେଶ୍ୱରର ୪ଟି ସ୍ଥାନରେ ରାବଣ ପୋଡ଼ି ଉତ୍ସବ ଆୟୋଜିତ ହେବ । ଝାରପଡା ଓ ବରମୁଣ୍ଡା ପଡିଆରେ ଆତସବାସୀ କାର୍ଯ୍ୟକ୍ରମ କରାଯିବ । ନୟାପଲ୍ଲୀ, ନହରକଣ୍ଟାରେ ରାବଣ ପୋଡ଼ି ଉତ୍ସବ ଆୟୋଜିତ ହେଉଥିଲେ ମଧ୍ୟ ଆତସବାଜୀ କାର୍ଯ୍ୟକ୍ରମ ହେବ ନାହିଁ । ରାବଣ ପୋଡ଼ି ଦେଖିବାକୁ ଶ୍ରଦ୍ଧାଳୁଙ୍କ ଭିଡ ହେବ। ଏହାକୁ ନଜରରେ ରଖି କମିଶନରେଟ ପୁଲିସ୍ ପକ୍ଷରୁ କିଛି ରୁଟ୍ରେ ପରିବର୍ତ୍ତନ କରାଯିବା ସହ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।
କଟକରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଗାଡିଗୁଡିକ ଜୟଦେବ ବିହାରରୁ ବେହେରା ସାଇଛକ, ପାୱାର ହାଉସ ଛକ, ୟୁନିଟ ୮ ଡିଏଭି ସ୍କୁଲ ଛକ, ଷ୍ଟୁଆର୍ଟ ସ୍କୁଲ ଛକ ଦେଇ ସିଆରପି ଛକରେ ପହଞ୍ଚିବ । ସେହିପରି ଖୋର୍ଦ୍ଧାରୁ ଭୁବନେଶ୍ୱର ଯାଉଥିବା ଗାଡିଗୁଡିକ କୋଳଥିଆ ଛକରୁ ଚନ୍ଦକା ଦେଇ ଯାତାୟତ କରିବ । ରାବଣ ପୋଡି ବେଳେ ଅତ୍ୟଧିକ ଭିଡ ହେଉଥିବାରୁ ଷ୍ଟେସନ ଓ ଏୟାରପୋର୍ଟକୁ ଯାଉଥିବା ଯାତ୍ରୀମାନେ ଆଗୁଆ ପ୍ରସ୍ତୁତି କରିବାକୁ କମିଶନରେଟ ପୁଲିସ୍ ପକ୍ଷରୁ ପରାମର୍ଶ ଦିଆଯାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।
Crime
ଡିଡିଟାଲ ଆରେଷ୍ଟର ମିଛ ଫାଶରେ ପଡ଼ିଗଲେ ପୂର୍ବତନ ସେନା ଅଧିକାରୀ, ଭୟରେ ଦେଇଦେଲେ ୧ କୋଟି
ଡିଜିଟାଲ ଆରେଷ୍ଟ ନେଇ ଲୋକଙ୍କୁ ସଚେତନ କରାଯାଉଥିବା ସତ୍ତ୍ୱେ ଅନେକ ସମୟରେ ସେମାନେ ଭୟଭୀତ ହୋଇ ନିଜ ଟଙ୍କା ହରାଉଛନ୍ତି।
Crime
ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ
ସେନା କର୍ମଚାରୀଙ୍କୁ ଥାନାରେ କିପରି ବ୍ୟବହାର ପ୍ରଦର୍ଶନ କରାଯିବ, ସେନେଇ ରାଜ୍ୟ ସରକାର ଜାରି କରିଥିବା ଏସଓପିକୁ କଡ଼ାକଡ଼ି ପାଳନ କରିବାକୁ ହାଇକୋର୍ଟ କହିଛନ୍ତି।
Crime
ପାଢ଼ୀ ଟ୍ୟୁଟୋରିଆଲ ମାଲିକଙ୍କ ଆତ୍ମହତ୍ୟା ଘଟଣା: ଆଉ ଥରେ ଏତଲା ଦେବାକୁ ହାଇକୋର୍ଟଙ୍କ ଅନୁମତି
ଏହି ମାମଲାର ଶୁଣାଣି ସମୟରେ ସରକାରୀ ଓକିଲ କୋର୍ଟଙ୍କୁ କହିଥିଲେ ଯେ ପୁଲିସ୍ ଜବତ କରିଥିବା ସୁଇସାଇଡ୍ ନୋଟରେ ଜେ.ବି ପାଢ଼ୀଙ୍କ ସହ ଅର୍ଥ କାରବାର କରୁଥିବା ୩୦ ଜଣଙ୍କ ନାମ ରହିଛି। କିନ୍ତୁ ସେହି ସନ୍ଦିଗ୍ଧମାନଙ୍କ ବିରୋଧରେ ତଦନ୍ତ ଶେଷ ହୋଇନାହିଁ।
Crime
ଦାଦନ ସର୍ଦ୍ଦାରର ଦବଙ୍ଗଗିରି; ଶ୍ରମିକଙ୍କୁ କିଡ୍ନାପ କରି ନେଇ ନିର୍ଧୂମ ଛେଚିଲେ
ଦାଦନ ଯିବା ପାଇଁ ୪୦ ହଜାର ଟଙ୍କା ବଇନା ଆଣିଥିଲେ ଅଜିତ। ସେହି ଟଙ୍କା ଲେଣଦେଣକୁ ନେଇ ଅଜିତଙ୍କୁ ସର୍ଦ୍ଦାର ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି ତାଙ୍କ ସ୍ତ୍ରୀ।