ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୧୨ ତାରିଖରୁ ରାଜ୍ୟ ବ୍ୟାପୀ ବସ୍ ଧର୍ମଘଟ ଲାଗି ଚେତାବନୀ ଦେଇଛି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ। ପୁରୀରେ ବସ୍ ଦୁଷ୍କର୍ମ ମାମଲାରେ ସଂପୃକ୍ତ ବସ୍ର ପରମିଟ୍ ରଦ୍ଦକୁ ବସ୍ ମାଲିକ ସଂଘ ବିରୋଧ କରିଛି। ତୁରନ୍ତ ପରମିଟ୍ ରଦ୍ଦ ଆଦେଶ ପ୍ରତ୍ୟାହାର ନକଲେ ଆନ୍ଦୋଳନକୁ ଓହ୍ଲାଇବ ସଂଘ। ଆସନ୍ତା ୧୨ ତାରିଖରୁ ରାଜ୍ୟ ବ୍ୟାପୀ ବସ୍ ଧର୍ମଘଟ ଲାଗି ସଂଘ ନିଷ୍ପତ୍ତି ନେଇଛି। ସଂଘର ସଂପାଦକ ଦେବେନ୍ଦ୍ର ସାହୁ ଏହି ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ, ରଥଯାତ୍ରା ଦେଖିବାକୁ କେନ୍ଦୁଝରରୁ ପୁରୀ ଆସି ଜଣେ ନାବାଳିକା ବସ୍ ଭିତରେ ଦୁଷ୍କର୍ମର ଶିକାର ହୋଇଥିଲେ। ଏହି ଘଟଣାରେ ଅଭିଯୁକ୍ତ ବସ୍ କଣ୍ଡକ୍ଟରକୁ ଗିରଫ କରାଯାଇଥିବା ବେଳେ ଉକ୍ତ ବସ୍ର ପରିମିଟ୍ ବାତିଲ କରାଯାଇଥିଲା। ତା’ସହ ଡ୍ରାଇଭର ଓ କଣ୍ଡକ୍ଟରଙ୍କ ଲାଇସେନ୍ସ ମଧ୍ୟ ବାତିଲ୍ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର; ସ୍ୱାମୀ ଅଟକ
ଗତକାଲି ତପସ୍ୱିନୀଙ୍କ ଝୁଲନ୍ତା ମୃତଦେହ ଘରୁ ଉଦ୍ଧାର କରାଯାଇଥିଲା।
Crime
ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର; ସ୍ୱାମୀ ଅଟକ
ଗତକାଲି ତପସ୍ୱିନୀଙ୍କ ଝୁଲନ୍ତା ମୃତଦେହ ଘରୁ ଉଦ୍ଧାର କରାଯାଇଥିଲା।
Accident
ପୋଲର ବାଡ଼ାକୁ ଧକ୍କା ଦେଇ ୨୦ ଫୁଟ୍ ତଳକୁ ଖସିଲେ ବାଇକ୍ ଚାଳକ
ପୋଲ ଉପରେ ବାଇକ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୁଲିସ ଓ ମୋହନା ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ।
Miscellaneous
ଚାଷୀଙ୍କୁ ସରକାରଙ୍କ ପରାମର୍ଶ: ବୀମା ସହାୟତା ପାଇଁ ହେଲପଲାଇନକୁ ଜଣାଅ
ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ କହିଛନ୍ତି ଯେ, ସମସ୍ତ ବୀମାଭୁକ୍ତ ଚାଷୀଙ୍କୁ ଉଚିତ୍ କ୍ଷତିପୂରଣ ଦେବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି । ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ନିୟମ ଅନୁସାରେ ଫସଲ ଅମଳର ପରବର୍ତ୍ତୀ କ୍ଷୟକ୍ଷତି ପାଇଁ ମଧ୍ୟ ବୀମା ସହାୟତା ପ୍ରଦାନ କରାଯିବ ।
Politics
ଏଣିକି ମନ୍ତ୍ରୀ ବୁଝିବେ ଜିଲ୍ଲା କଥା: ମୁଖ୍ୟମନ୍ତ୍ରୀ ବାଂଟିଲେ ‘ଜିଲ୍ଲା ପ୍ରଭାରୀ ମନ୍ତ୍ରୀ’ ଦାୟିତ୍ୱ
ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କୁ କଟକ ଓ ଜଗତସିଂହପୁର ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ଭାବେ ଦାୟିତ୍ୱ ମିଳିଥିବାବେଳେ ପ୍ରଭାତୀ ପରିଡ଼ାଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ଦାୟିତ୍ୱ ମିଳିଛି ।