ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବସ୍ ଧର୍ମଘଟ ସ୍ଥଗିତ। ଜୁଲାଇ ୧ ତାରିଖରେ ହେବାକୁ ଥିବା ବସ୍ ଧର୍ମଘଟକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି ଓଡ଼ିଶା ବସ୍ ମାଲିକ ସଙ୍ଘ। ବସ୍ ଧର୍ମଘଟ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖିଛି ସଙ୍ଘ। ଏନେଇ ଚେତାବନୀ ଦେଇଛି ବସ୍ ମାଲିକ ସଙ୍ଘ ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁ। ରଥଯାତ୍ରାକୁ ଦେଖି ବସ୍ ଧର୍ମଘଟ ସ୍ଥଗିତ ରଖିଛି ସଙ୍ଘ।
ଅଧିକ ପଢ଼ନ୍ତୁ: ଜୁଲାଇ ୧ରୁ ରାଜ୍ୟ ଘରୋଇ ବସ୍ ଧର୍ମଘଟ
ଶ୍ରୀ ସାହୁଙ୍କ କହିବା ଅନୁସାରେ ଜୁଲାଇ ସୁଦ୍ଧା ଦାବି ପୂରଣ ପାଇଁ ରାଜ୍ୟ ସରକାରଙ୍କୁ ଅପିଲ କରୁଛି ସଙ୍ଘ। ଯଦି ସରକାର ଜୁଲାଇ ମାସ ସୁଦ୍ଧା ଦାବି ପୂରଣ ନ କରନ୍ତି, ତାହାହେଲେ ଅଗଷ୍ଟରେ ପୁଣି ଧର୍ମଘଟକୁ ଓହ୍ଲାଇବ ବସ୍ ମାଲିକ ସଙ୍ଘ। ରଥଯାତ୍ରାକୁ ଆଖିଆଗରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି। ସେପଟେ ବିଭାଗୀୟ ମନ୍ତ୍ରୀ ମଧ୍ୟ ଧର୍ମଘଟକୁ ସ୍ଥଗିତ ରଖିବାକୁ ସଙ୍ଘକୁ ପୂର୍ବରୁ ଅପିଲ କରିଥିଲେ ବୋଲି ଶ୍ରୀ ସାହୁ କହିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଗୁଳିମାଡ଼ କରି ୮ ଜଣଙ୍କୁ ଛଡ଼ାଇ ନେଲେ ମାଛ ମାଫିଆ
ବେଆଇନ ଭାବେ ମାଛ ମାରୁଥିବା 'ତାରିଣୀ-୩' ଟ୍ରଲର ସହିତ ୯ ମତ୍ସ୍ୟଜୀବୀଙ୍କୁ ବନବିଭାଗ କାବୁ କରି ଆଣୁଥିଲା। ୬ଟି ଟ୍ରଲର ବନବିଭାଗର କର୍ମଚାରୀଙ୍କ ଉପରକୁ ସଂଘବଦ୍ଧ ଆକ୍ରମଣ କରି ୮ ମତ୍ସ୍ୟଜୀବୀଙ୍କୁ ଛଡାଇ ନେଲେ ମାଛ ମାଫିଆ।
Miscellaneous
ହସ୍ପିଟାଲରେ ଚାଲିଗଲା ବିଚାରାଧୀନ କଏଦୀ ଜୀବନ, ସାଂଘାତିକ ଅଭିଯୋଗ ଆଣିଲେ ପୁଅ
ଜେଲ କର୍ତ୍ତୃପକ୍ଷ ଅସୁସ୍ଥତା କାରଣରୁ ଜମାଲ ପ୍ରାଣ ହରାଇଥିବା କୁହାଯାଇଛି। କିନ୍ତୁ ଏହାକୁ ତାଙ୍କ ପରିବାର ଲୋକ ମାନି ନାହାନ୍ତି। ସେମାନଙ୍କ କହିବା କଥା ଯେ ଜେଲରେ ଜମାଲଙ୍କୁ ମାଡ଼ ମରାଯିବାରୁ ତାଙ୍କର ମୃତ୍ୟୁ ହୋଇଛି।
Crime
ଆଶ୍ରମ ବିଦ୍ୟାଳୟରୁ ଛାତ୍ର ନିଖୋଜ, ୬ ଦିନ ହେଲା ମିଳୁନି ପତ୍ତା
ଘଟଣା ସମ୍ପର୍କରେ ବିଦ୍ୟାଳୟ କର୍ତ୍ତୃପକ୍ଷ ବଡ଼ମ୍ବା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟପଟେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ଦାୟୀ କରିଛନ୍ତି ଛାତ୍ରଙ୍କ ପରିବାର।
Miscellaneous
ବନ୍ଧା ପଡ଼ିଛି ଦାଦନ, ଚର୍ଚ୍ଚାରେ ପୁଲିସର ଡବଲ୍ ରୋଲ
ଝିଅକୁ ସେଠାରୁ ଉଦ୍ଧାର ପାଇଁ ମା’ ଜୟନ୍ତୀ ଏବେ ସମସ୍ତଙ୍କୁ ଆକୁଳ ନିବେଦନ କରିଛନ୍ତି।
Miscellaneous
ଏବେ 'ଟୁଇନ୍ ସିଟି' ନୁହେଁ, 'ଟ୍ରାଇ ସିଟି'ର ବିକାଶ କରିବେ ସରକାର
ପୁରୀ, କଟକ ଓ ଭୁବନେଶ୍ୱରକୁ ନେଇ ଟ୍ରାଇ ସିଟି ଗଠନ କରାଯିବ। ସହରାଞ୍ଚଳରେ ଟ୍ରାଫିକ ସମସ୍ୟା ଦୂର ପାଇଁ ନିର୍ମାଣ ହେବ ଅଧିକ ନୂଆ ରିଂ ରୋଡ୍ ଏବଂ ଓଭର ବ୍ରିଜ।