ଅନୁଗୋଳ (ବିରଜା ପ୍ରସାଦ ଦାଶ): ଅନୁଗୋଳ ଜିଲ୍ଲା ଦେଇ ଯାଇଥିବା ୫୫ ନମ୍ୱର ଜାତୀୟ ରାଜପଥର ନାକଚି ନିକଟରେ ଆଜି ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍ଟି ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ତେବେ ଏଥିରେ ଥିବା ସମସ୍ତ ଯାତ୍ରୀ ଅଳ୍ପକେ ରକ୍ଷା ପାଇଯାଇଛନ୍ତି।
ଆଜି ଭୋର ପ୍ରାୟ ୪ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ‘କୁନାଲ୍’ ନାମକ ଏହି ଘରୋଇ ବସ୍ଟି ଭୁବନେଶ୍ୱରରୁ ସମ୍ବଲପୁର ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲା। ପୁଲିସ୍ର ପ୍ରାଥମିକ ଅନୁସନ୍ଧାନରୁ ଜଣାପଡ଼ିଛି ଯେ, ଡ୍ରାଇଭରଙ୍କ ଅସାବଧାନତା ଯୋଗୁ ଏ ଘଟଣା ଘଟିଛି। ପୁଲିସ୍ ବସ୍ଟିକୁ ଜବତ କରି ଅଧିକ ତଦନ୍ତ କରୁଥିବା ବେଳେ ଡ୍ରାଇଭର୍ ଫେରାର ହୋଇଯାଇଛି।
ସୂଚନାଯୋଗ୍ୟ, ଗତକାଲି ସମ୍ବଲପୁର ଜିଲ୍ଲା ଯୁଯୁମରା ନିକଟରେ ‘ଦିଲ୍ଖୁସ୍’ ନାମକ ଏକ ବସ୍ ମଧ୍ୟ ଓଲଟି ପଡ଼ିଥିଲା। ଏଥିରେ ୧୨ ଜଣ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ବସ୍ଟି ଭୁବନେଶ୍ୱରରୁ ଝାରସୁଗୁଡ଼ାର ବ୍ରଜରାଜନଗର ଯାଉଥିବା ବେଳେ ଭୋର ପ୍ରାୟ ୫ଟା ବେଳେ ଏହା ଦୁର୍ଘଟଣାଗ୍ରସ୍ତ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବାର୍ହା ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର, ସେଥିରେ ପଡ଼ି ଚାଲିଗଲା ୩ ହାତୀଙ୍କ ଜୀବନ !
ଆଜି ସକାଳେ ସ୍ଥାନୀୟ ଲୋକେ ବୁରମାଲ ଜଙ୍ଗଲ ୩ଟି ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ।
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।