ଓଲଟି ପଡ଼ିଲା ବସ୍‌

ରାଉରକେଲା (ସତ୍ୟାନନ୍ଦ ମହାନ୍ତି): ରାଉରକେଲାର ବନ୍ଧମୁଣ୍ଡା ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଅଲଗା ଅଲଗା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ‘ଖୁସ୍‌ବୁ’ ନାମକ ଏହି ଯାତ୍ରୀବାହୀ ବସ୍‌ଟି ଆଜି ରାଉରକେଲାରୁ ଜରେଇକେଲା ଅଭିମୁଖେ ଯାଉଥିଲା। ବନ୍ଧମୁଣ୍ଡା ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ […]

bus1

Jitendra Garnayak
  • Published: Tuesday, 15 January 2019
  • , Updated: 15 January 2019, 02:52 PM IST

ରାଉରକେଲା (ସତ୍ୟାନନ୍ଦ ମହାନ୍ତି): ରାଉରକେଲାର ବନ୍ଧମୁଣ୍ଡା ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଅଲଗା ଅଲଗା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

‘ଖୁସ୍‌ବୁ’ ନାମକ ଏହି ଯାତ୍ରୀବାହୀ ବସ୍‌ଟି ଆଜି ରାଉରକେଲାରୁ ଜରେଇକେଲା ଅଭିମୁଖେ ଯାଉଥିଲା। ବନ୍ଧମୁଣ୍ଡା ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।

ଏହି ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ ରାଇରକେଲା-ଜରେଇକେଲା ମଧ୍ୟରେ ଭାରିଯାନ ଚଳାଚଳ ବନ୍ଦ ଦାବିରେ ରାଉରକେଲା-ବିସ୍ରା ରାସ୍ତାକୁ ଅବରୋଧ କରିଛନ୍ତି। ଘଟଣାସ୍ଥଳରେ ପୁଲିସ୍ ଉପସ୍ଥିତ ଅଛି।

 

Related story