ପୁରୀ(ଓଡ଼ିଶା ରିପୋର୍ଟର): ଗୋଟିଏ କି ଦୁଇପ୍ରକାର ନୁହେଁ। ଭଳିକି ଭଳି ୮୨୧ ପ୍ରକାର ସ୍ୱାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତ ହୋଇଛି। ଆଜି ବ୍ୟଞ୍ଜନ ଦ୍ଵାଦଶୀରେ ଭୋଗ ଲାଗିଛି। ପୁରୀ ବଳିଆ ପଣ୍ତା ସ୍ଥିତ ଗୌରବିହାର ମାତା ମଠରେ ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଉଦ୍ଦେଶ୍ୟରେ ବ୍ୟଞ୍ଜନ ପ୍ରସ୍ତୁତ କରାଯାଇ ଭୋଗ କରାଯାଇଛି।
ପବିତ୍ର ବ୍ୟଞ୍ଜନ ଦ୍ୱାଦଶୀରେ ଶ୍ରୀରାଧା, କୃଷ୍ଣଙ୍କ ଦର୍ଶନ କରିବା ସହ ବ୍ୟଞ୍ଜନ ସେବନ କରି ପରମ ତୃପ୍ତି ଲାଭ କରିଛନ୍ତି ଶ୍ରଦ୍ଧାଳୁ। ଚଳିତ ବର୍ଷ ପ୍ରସ୍ତୁତ ୮୨୧ ପ୍ରକାର ସ୍ୱାଦିଷ୍ଟ ବ୍ୟଞ୍ଜନ ମଧ୍ୟରେ ରହିଛି ସାଧା, ମିଠା କାନିକା, ଖେଚେଡ଼ି ଓ ଘିଅଅନ୍ନ ପରି ୨୧ ପ୍ରକାର ଅନ୍ନ, ୧୮ ପ୍ରକାର ଖିରି, ୧୨୬ ପ୍ରକାର ତରକାରି, ୧୬୧ ପ୍ରକାର ଚଟଣି, ୫୦ ପ୍ରକାରର ସାଗ, ମୁଗ, ୧୦୮ପ୍ରକାରର ଭଜା, ବିଭିନ୍ନ ପ୍ରକାରର ବଡ, ବଡି ଓ ପାମ୍ପଡ ଆଦି ଭୋଗ ଲାଗିଛି। ଏଥର ୬୦ରୁ ଅଧିକ ବେଙ୍ଗଲି ବ୍ୟଞ୍ଜନ ଭୋଗ ଲାଗି ହୋଇଛି। ଗୌରବିହାର ଆଶ୍ରମ ପରିସରରେ ସବୁ ବ୍ୟଞ୍ଜନ ପ୍ରସ୍ତୁତ ହୋଇଥିବା ଜଣାପଡ଼ିଛି।
https://youtu.be/cVA3GmQq70Q
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓରେରା ଅଧ୍ୟକ୍ଷ ପଦରୁ ଅବ୍ୟାହତି ନେବେ ସିଦ୍ଧାନ୍ତ ଦାସ, ରହିବେ ଫୁଲଟାଇମ୍ ସିଇସି ଅଧ୍ୟକ୍ଷ
ରାଜ୍ୟ ନଗର ଉନ୍ନୟନ ବିଭାଗର ସଚିବ ଉଷା ପାଢ଼ୀଙ୍କୁ ଚିଠି ଲେଖି ଶ୍ରୀ ଦାସ ଓରେରା ଅଧ୍ୟକ୍ଷ ପଦରୁ ଅବ୍ୟାହତି ନେଇ ଅବଗତ କରାଇଛନ୍ତି ।
Politics
ଆସନ୍ତାକାଲିଠୁ ବିଧାନସଭା: ପୁଳାପୁଳା ପ୍ରସଙ୍ଗ, ରଣନୀତି ତୟାର କଲେ ଶାସକ-ବିରୋଧୀ
ବିଧାନସଭା ସଚିବାଳୟରୁ ମିଳିଥିବା ସୂଚନା ଅନୁସାରେ, ଆସନ୍ତାକାଲି ଗୃହକାର୍ଯ୍ୟ ଆରମ୍ଭ ହେବାମାତ୍ରେ ୬ ଜଣ ଦିବଂଗତ ସଦସ୍ୟଙ୍କ ସମ୍ମାନରେ ଶୋକପ୍ରସ୍ତାବ ପାରିତ ହେବ। ଏହାପରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଚାଲିବ।
Accident
ଗାଡ଼ି ଚେକିଂ ବେଳେ ମାଡ଼ିଗଲା ଗ୍ୟାସ କଣ୍ଟେନର: ବାଇକ୍ ଆରୋହୀ ମୃତ, ପୁଲିସ୍ କର୍ମଚାରୀ ଗୁରୁତର
ଘଟଣାସ୍ଥଳରେ ପୁଲିସ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।
Crime
ଜେଡ୍ ଇଷ୍ଟେଟ୍ ମାଲିକଙ୍କ ବୟାନ ପରେ ସତ ଖୋଲିଲା ଇଡି: ଜବତ ହୋଇଛି ୧.୩୯କୋଟି ଟଙ୍କା ସହ ବହୁ ଆପତ୍ତିଜନକ ଦସ୍ତାବିଜ
ଭୁବନେଶ୍ୱରର ଗାଡ଼କଣ ମୌଜାରେ ସାଧାରଣ ପ୍ରଶାସନ ବିଭାଗର ଏକ ମୂଲ୍ୟବାନ ସରକାରୀ ଜମି ଜାଲିଆତି ଅଭିଯୋଗ ମାମଲାର ଶୁଣାଣି ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ସୁପ୍ରିମକୋର୍ଟ ଦେଇଥିବା ରାୟ ମଧ୍ୟ ଶ୍ରୀ ମହାନ୍ତିଙ୍କ ଅଡ଼ୁଆ ବଢ଼ାଇଛି ।
Miscellaneous
ମା’ ବିରଜାଙ୍କ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
‘ଏହି ପ୍ରାଚୀନ ପ୍ରସିଦ୍ଧ ଶକ୍ତି ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ। ଏଥିପାଇଁ ମଞ୍ଜୁର କରାଯାଇଥିବା ପ୍ରକଳ୍ପ ଗୁଡ଼ିକ ଜାରି ରହିଛି।’