Advertisment

ତିର୍ତ୍ତୋଲରେ ୮, ବାଲେଶ୍ୱରରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୋଭିଡ୍ କଟକଣା ମଧ୍ୟରେ ଆସନ୍ତା ନଭେମ୍ବର ୩ତାରିଖରେ ହେବାକୁ ଥିବା ନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ ଶେଷ ହୋଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ମୋଟ ୮ଜଣ ପ୍ରାର୍ଥୀ ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେମାନଙ୍କ ମଧ୍ୟରେ ବିଜେଡି, ବିଜେପି ଓ କଂଗ୍ରେସର ଜଣେ ଲେଖାଏଁ ପ୍ରାର୍ଥୀ ଥିବାବେଳେ ଅନ୍ୟ ୫ଜଣ […]

ତିର୍ତ୍ତୋଲରେ ୮, ବାଲେଶ୍ୱରରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନ

odisha

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୋଭିଡ୍ କଟକଣା ମଧ୍ୟରେ ଆସନ୍ତା ନଭେମ୍ବର ୩ତାରିଖରେ ହେବାକୁ ଥିବା ନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ ଶେଷ ହୋଇଛି।

Advertisment

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ମୋଟ ୮ଜଣ ପ୍ରାର୍ଥୀ ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେମାନଙ୍କ ମଧ୍ୟରେ ବିଜେଡି, ବିଜେପି ଓ କଂଗ୍ରେସର ଜଣେ ଲେଖାଏଁ ପ୍ରାର୍ଥୀ ଥିବାବେଳେ ଅନ୍ୟ ୫ଜଣ ସ୍ୱାଧୀନ ପ୍ରାର୍ଥୀ ରହିଛନ୍ତି।

ସେହିପରି ବାଲେଶ୍ୱର ସଦର ଆସନରେ ମୋଟ ୯ଜଣ ପ୍ରାର୍ଥୀ ଥିବାବେଳେ ସେମାନଙ୍କ ମଧ୍ୟରେ ବିଜେଡି, ବିଜେପି, କଂଗ୍ରେସ ଓ ସିପିଆଇର ଜଣେ ଲେଖାଏଁ , ୪ଜଣ ସ୍ୱାଧୀନ ପ୍ରାର୍ଥୀ ଓ ଜଣେ ରାଷ୍ଟ୍ରୀୟ ପରିବର୍ତ୍ତନ ପାର୍ଟିର ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ପ୍ରାର୍ଥୀମାନଙ୍କର ନାମାଙ୍କନ ପତ୍ର ଯାଂଚ ପରେ ୧୯ତାରିଖ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷଦିନ ରହିଛି। ୧୯ତାରିଖ ସନ୍ଧ୍ୟାରେ ହିଁ ପୋଷ୍ଟାଲ ବାଲାଟ୍ ତିଆରି ପାଇଁ ପ୍ରସ୍ତୁତି ସହ ଅନ୍ୟାନ୍ୟ ପ୍ରକ୍ରିୟା ଆରମ୍ଭ ହେବ ବୋଲି ଶ୍ରୀ ଲୋହାନୀ କହିଛନ୍ତି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe