ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରିବ ପ୍ରଚାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରିବ ପ୍ରଚାର। ଆଜି ପ୍ରଚାରର ଶେଷ ଦିନ ଥିବାରୁ ତିନି ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ ପ୍ରଚାରକୁ ଜୋରଦାର କରିଛନ୍ତି। ନିର୍ବାଚନ ପ୍ରଚାର ପାଇଁ ଆଜି ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍ ଶାହ। ସେ ଆଜି ପ୍ରଥମେ ମୟୂରଭଞ୍ଜ ଜିଲ୍ଲା ମୋରଡାରେ ଅନୁଷ୍ଠିତ ହେବାକୁ ଥିବା ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ। ଏହାପରେ ଅପରାହ୍ଣରେ ଯାଜପୁର […]

baijanta,,,

Tapaswini Nayak
  • Published: Saturday, 27 April 2019
  • , Updated: 27 April 2019, 07:54 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରିବ ପ୍ରଚାର। ଆଜି ପ୍ରଚାରର ଶେଷ ଦିନ ଥିବାରୁ ତିନି ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ ପ୍ରଚାରକୁ ଜୋରଦାର କରିଛନ୍ତି।

ନିର୍ବାଚନ ପ୍ରଚାର ପାଇଁ ଆଜି ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍ ଶାହ। ସେ ଆଜି ପ୍ରଥମେ ମୟୂରଭଞ୍ଜ ଜିଲ୍ଲା ମୋରଡାରେ ଅନୁଷ୍ଠିତ ହେବାକୁ ଥିବା ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ। ଏହାପରେ ଅପରାହ୍ଣରେ ଯାଜପୁର ଜିଲ୍ଲା ସୁକିନ୍ଦାଠାରେ ଅନୁଷ୍ଠିତ ହେବାକୁ ଥିବା ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ।

ସେହିପରି ଶେଷ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଆଜି ମାରାଥନ ପ୍ରଚାର କରିବେ। ମୁଖ୍ୟମନ୍ତ୍ରୀ ପ୍ରଥମେ ପଟ୍ଟାମୁଣ୍ଡାଇର ତିନିମୁହାଣୀରେ ରୋଡ ଶୋ କରିବେ। ଏହାପରେ ଆଳିରେ ମଧ୍ୟ ରୋଡ୍ ଶୋ କରିବେ। ସେହିପରି ଅପରାହ୍ନରେ ଟାଙ୍ଗିରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେବେ।

Related story