ଭୁବନେଶ୍ୱରରେ ପ୍ରତିଷ୍ଠା ହେବ କ୍ୟାନସର ହସ୍ପିଟାଲ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନାଇଜର ଭୁବନେଶ୍ୱରଠାରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ। ନୂଆଦିଲ୍ଲୀରେ କେନ୍ଦ୍ର ମନ୍ତ୍ରୀ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ରମନ୍ତ୍ରୀଙ୍କ ବୈଠକରେ ନିଷ୍ପତ୍ତି ହୋଇଛି। ୬୫୦ କୋଟି ବ୍ୟୟରେ ନାଇଜର ଠାରେ ପ୍ରତିଷ୍ଠା ହେବ ଏହି କ୍ୟାନସର ହସ୍ପିଟାଲ। କ୍ୟାନସର ହସ୍ପିଟାଲ ପ୍ରତିଷ୍ଠା ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି । ହସ୍ପିଟାଲ ନିର୍ମାଣ ପାଇଁ କେନ୍ଦ୍ର ୪ ଶହ କୋଟି ଓ ଟାଟା ଟ୍ରଷ୍ଟ ୨୫୦ କୋଟି ଟଙ୍କା ଦେବ। […]

cancer-cells

Ordigital Desk
  • Published: Wednesday, 27 July 2022
  • , Updated: 27 July 2022, 11:14 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନାଇଜର ଭୁବନେଶ୍ୱରଠାରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ। ନୂଆଦିଲ୍ଲୀରେ କେନ୍ଦ୍ର ମନ୍ତ୍ରୀ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ରମନ୍ତ୍ରୀଙ୍କ ବୈଠକରେ ନିଷ୍ପତ୍ତି ହୋଇଛି। ୬୫୦ କୋଟି ବ୍ୟୟରେ ନାଇଜର ଠାରେ ପ୍ରତିଷ୍ଠା ହେବ ଏହି କ୍ୟାନସର ହସ୍ପିଟାଲ। କ୍ୟାନସର ହସ୍ପିଟାଲ ପ୍ରତିଷ୍ଠା ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି ।

ହସ୍ପିଟାଲ ନିର୍ମାଣ ପାଇଁ କେନ୍ଦ୍ର ୪ ଶହ କୋଟି ଓ ଟାଟା ଟ୍ରଷ୍ଟ ୨୫୦ କୋଟି ଟଙ୍କା ଦେବ। ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରାଳୟ ୧୦ ଏକର ଜମି ଯୋଗାଇବ। ଆଗାମୀ ୩ ବର୍ଷ ମଧ୍ୟରେ କ୍ୟାନସର ହସ୍ପିଟାଲର ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। କ୍ୟାମ୍ପସରେ କର୍ମଚାରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର ଖୋଲାଯିବ। ଏଥତ୍ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ରମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର ପ୍ରଧାନ।

ଆଜିର ବୈଠକରେ ରାଷ୍ଟ୍ର ମନ୍ତ୍ରୀ ଡ. ଜିତେନ୍ଦ୍ର ସିଂ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ,  ସ୍କିଲ ଇଣ୍ଡିଆ ଓ ଅନ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।

Related story