Advertisment

ପୌର ନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଯାଞ୍ଚ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୌର ନିର୍ବାଚନ ପାଇଁ ଆଜି ହେବ ପ୍ରାର୍ଥିପତ୍ର ଯାଞ୍ଚ। ଆସନ୍ତା ୧୪ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ଦିନ ଧାର୍ଯ୍ୟ ହୋଇଛି। ରାଜ୍ୟର ୧୦୬ଟି ମ୍ୟୁନିସିପାଲିଟି, ଏନ୍ଏସି  ଓ ୩ଟି ମହାନଗର ନିଗମ ଭୁବନେଶ୍ୱର, କଟକ, ବ୍ରହ୍ମପୁର ପାଇଁ ହେବ ଭୋଟ୍। ଆସନ୍ତା ମାର୍ଚ୍ଚ ୨୪ ତାରିଖରେ ଭୋଟ୍ ଗ୍ରହଣ ହେବାକୁ ଥିବା ବେଳେ ମାର୍ଚ୍ଚ ୨୬ ତାରିଖରେ ଭୋଟ ଗଣତି। ଏପଟେ ପ୍ରାର୍ଥିପତ୍ର ଦାଖଲ ପରେ ପ୍ରାର୍ଥୀ ମାନେ ନିର୍ବାଚନ ପ୍ରଚାର ଆରମ୍ଭ […]

ଅଦ୍ୟତନ ହୋଇଛି
ପୌର ନିର୍ବାଚନ ପାଇଁ ଆଜି ପ୍ରାର୍ଥିପତ୍ର ଯାଞ୍ଚ

BMC

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୌର ନିର୍ବାଚନ ପାଇଁ ଆଜି ହେବ ପ୍ରାର୍ଥିପତ୍ର ଯାଞ୍ଚ। ଆସନ୍ତା ୧୪ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ଦିନ ଧାର୍ଯ୍ୟ ହୋଇଛି। ରାଜ୍ୟର ୧୦୬ଟି ମ୍ୟୁନିସିପାଲିଟି, ଏନ୍ଏସି  ଓ ୩ଟି ମହାନଗର ନିଗମ ଭୁବନେଶ୍ୱର, କଟକ, ବ୍ରହ୍ମପୁର ପାଇଁ ହେବ ଭୋଟ୍।

Advertisment

ଆସନ୍ତା ମାର୍ଚ୍ଚ ୨୪ ତାରିଖରେ ଭୋଟ୍ ଗ୍ରହଣ ହେବାକୁ ଥିବା ବେଳେ ମାର୍ଚ୍ଚ ୨୬ ତାରିଖରେ ଭୋଟ ଗଣତି। ଏପଟେ ପ୍ରାର୍ଥିପତ୍ର ଦାଖଲ ପରେ ପ୍ରାର୍ଥୀ ମାନେ ନିର୍ବାଚନ ପ୍ରଚାର ଆରମ୍ଭ କରିଦେଲେଣି।  ଘରକୁ ଘର ଯାଇ ଭୋଟରଙ୍କୁ ନିଜ ସପକ୍ଷରେ ବୁଝାଉଛନ୍ତି ବିଭିନ୍ନ ଦଳର ପ୍ରାର୍ଥୀ।

ଅନ୍ୟପକ୍ଷରେ  ପୌର ନିର୍ବାଚନ ଯେପରି ଶୃଙ୍ଖଳିତ ଭାବେ ସମ୍ପନ୍ନ ହେବ, ସେନେଇ ଟୁଇନ୍‌ ସିଟିର ଜିଲ୍ଲା ପ୍ରଶାସନ ଓ ପୁଲିସ ପ୍ରଶାସନ ସହ ସମୀକ୍ଷା କରିଛନ୍ତି ରାଜ୍ୟ ନିର୍ବାଚନ କମିଶନର। ଆଦର୍ଶ ଆଚରଣବିଧିକୁ ସଠିକ ଭାବେ ଅନୁପାଳନ, ଉଲଂଘନକାରୀଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ନିର୍ବାଚନ କମିଶନରେ ନିର୍ଦ୍ଦେଶ ଦେଇଛନ୍ତି।

Advertisment

ମହାନଗର ନିଗମ ଅଞ୍ଚଳର ସବୁ ବୁଥରେ ପର୍ଯ୍ୟାପ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ଏହି ବୈଠକରେ ସୂଚନା ଦେଇଛନ୍ତି ପୁଲିସ କମିଶନର। ଏହାସହ ମହିଳା ବୁଥ୍ ଓ ଆଦର୍ଶ ବୁଥ୍ ସ୍ଥାପନ ଉପରେ ଗୁରୁତ୍ୱ ଦେବାକୁ ଜିଲ୍ଲା ପ୍ରଶାସନ ମାନଙ୍କୁ ରାଜ୍ୟ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି।

ଏହି ସମୀକ୍ଷା ବୈଠକରେ ଡିଜିପି ସୁନୀଲ କୁମାର ବଂଶଲ, ବିଏମ୍‌ସି ନିର୍ବାଚନ ପର୍ଯ୍ୟବେକ୍ଷକ ଇନ୍ଦ୍ରମଣି ତ୍ରିପାଠୀ, ଖୋର୍ଦ୍ଧା ଜିଲ୍ଲାପାଳ, କଟକ ଜିଲ୍ଲାପାଳ, ସିଏମସି କମିଶନର, କଟକଏବଂ ଭୁବନେଶ୍ୱର ଡିସିପି ପ୍ରମୁଖ ଉପସ୍ଥିତ ଥିଲେ।

Odisha Municipal Election 2022
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe