ସିଲ୍ ହେଲା କ୍ୟାପିଟାଲ ହସ୍ପିଟାଲ ରକ୍ତ ଭଣ୍ଡାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କିଛିଦିନ ବ୍ୟବଧାନ ପରେ ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଇଛି। କ୍ୟାପିଟାଲ ହସ୍ପିଟାଲ ରକ୍ତ ଭଣ୍ଡାରର ଜଣେ କର୍ମଚାରୀଙ୍କ ଦେହରେ କରୋନା ପଜେଟିଭ ଚିହ୍ନଟ ହେବାପରେ ୨୪ଘଣ୍ଟା ପାଇଁ କ୍ୟାପିଟାଲ ହସ୍ପିଟାଲ ରକ୍ତ ଭଣ୍ଡାରକୁ ସିଲ୍ କରିଦିଆଯାଇଛି। କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଲକ୍ଷ୍ମୀକାନ୍ତ ସାହୁ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, କ୍ୟାପିଟାଲ ହସ୍ପିଟାଲ ରକ୍ତ ଭଣ୍ଡାରରେ ଲ୍ୟାବ ଟେକ୍ନିସିଆନ୍ ଭାବେ କାର୍ଯ୍ୟ କରୁଥିବା ଜଣେ ବ୍ୟକ୍ତି କୋଭିଡ-୧୯ ପଜେଟିଭ୍ […]

Capital  Hospital

Capital Hospital

Manoranjan Sial
  • Published: Saturday, 20 June 2020
  • Updated: 20 June 2020, 06:21 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କିଛିଦିନ ବ୍ୟବଧାନ ପରେ ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଇଛି। କ୍ୟାପିଟାଲ ହସ୍ପିଟାଲ ରକ୍ତ ଭଣ୍ଡାରର ଜଣେ କର୍ମଚାରୀଙ୍କ ଦେହରେ କରୋନା ପଜେଟିଭ ଚିହ୍ନଟ ହେବାପରେ ୨୪ଘଣ୍ଟା ପାଇଁ କ୍ୟାପିଟାଲ ହସ୍ପିଟାଲ ରକ୍ତ ଭଣ୍ଡାରକୁ ସିଲ୍ କରିଦିଆଯାଇଛି।

କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଲକ୍ଷ୍ମୀକାନ୍ତ ସାହୁ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, କ୍ୟାପିଟାଲ ହସ୍ପିଟାଲ ରକ୍ତ ଭଣ୍ଡାରରେ ଲ୍ୟାବ ଟେକ୍ନିସିଆନ୍ ଭାବେ କାର୍ଯ୍ୟ କରୁଥିବା ଜଣେ ବ୍ୟକ୍ତି କୋଭିଡ-୧୯ ପଜେଟିଭ୍ ଚିହ୍ନଟ ହୋଇଛନ୍ତି। ତାଙ୍କୁ କୋଭିଡ୍ ହସ୍ପିଟାଲକୁ ପଠାଇ ଦିଆଯାଇଛି। ଅନ୍ୟ ୭ଜଣ କର୍ମଚାରୀଙ୍କୁ ହୋମ୍ କ୍ୱାରେଣ୍ଟାଇନରେ ରହିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ରକ୍ତ ଭଣ୍ଡାରକୁ ସମ୍ପୂର୍ଣ୍ଣ ସାନିଟାଇଜ୍ କରାଯିବା ପରେ ଏହା ଖୋଲାଯିବ।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ଆଜି ୧୯ଜଣ ସଂକ୍ରମିତ ଚିହ୍ନଟ ହେବାପରେ ମହାନଗର ନିଗମ ପକ୍ଷରୁ ମଧ୍ୟ ଡୁମୁଡୁମା ଅଂଚଳକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos