ରାଜଧାନୀରେ ଗୁଳିକାଣ୍ଡ

ଭୁବନେଶ୍ୱର: ଭୁବନେଶ୍ୱର ଏୟାରପୋର୍ଟ ଥାନା ଅଞ୍ଚଳର ଝାଡେଶ୍ୱରୀ ବସ୍ତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୁଳିକାଣ୍ଡ ଘଟିଛି। ଏହି ଘଟଣାରେ ଶଙ୍କର ରାଓ ନାମକ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆଜି ସନ୍ଧ୍ୟାରେ ଦୁଇ ଜଣ ଯୁବକ ଏକ ବାଇକରେ ଆସି ଶଙ୍କରଙ୍କ ଉପରକୁ ଗୁଳି କରି ଚମ୍ପଟ ମାରିଥିଲେ। ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

bbsr ra golikanda

Rakesh Mallick
  • Published: Monday, 09 January 2017
  • , Updated: 09 January 2017, 10:07 PM IST

ଭୁବନେଶ୍ୱର: ଭୁବନେଶ୍ୱର ଏୟାରପୋର୍ଟ ଥାନା ଅଞ୍ଚଳର ଝାଡେଶ୍ୱରୀ ବସ୍ତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୁଳିକାଣ୍ଡ ଘଟିଛି। ଏହି ଘଟଣାରେ ଶଙ୍କର ରାଓ ନାମକ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଆଜି ସନ୍ଧ୍ୟାରେ ଦୁଇ ଜଣ ଯୁବକ ଏକ ବାଇକରେ ଆସି ଶଙ୍କରଙ୍କ ଉପରକୁ ଗୁଳି କରି ଚମ୍ପଟ ମାରିଥିଲେ। ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

Related story