ବୌଦ୍ଧ(ଭାର୍ଜନ କୁମାର ପ୍ରଧାନ): ବନ୍ଧୁ ଘରକୁ ବୁଲିବା ପାଇଁ ବାଇକ୍ରେ ଯାଉଥିବା ଦମ୍ପତିଙ୍କୁ ପିଟିଦେଲା କାର୍। ଫଳରେ ଘଟଣାସ୍ଥଳରେ ସ୍ୱାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି। ଆଜି ସକାଳେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ବୌଦ୍ଧ ଜିଲ୍ଲାରେ ଘଟିଛି।
ପୁରୁଣା କଟକ ଗାଁର ସନ୍ତୋଷ କୁମାର କଣ୍ଟି ଓ ତାଙ୍କ ନବବିବାହିତ ସ୍ତ୍ରୀ ସୁକାନ୍ତି ଏକ ବାଇକ୍ରେ ଦଶପଲ୍ଲାର ବନ୍ଧୁ ଘରକୁ ଯାଉଥିଲେ। ତେବେ ଜାତୀୟ ରାଜପଥର କଖାରଫାଳ ଗାଁ ନିକଟରେ ଏକ କାର୍ ସେମାନଙ୍କ ବାଇକ୍କୁ ପଛ ପାର୍ଶ୍ୱରୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ସନ୍ତୋଷଙ୍କ ମୃତ୍ୟୁ ଘଟିଥିଲା। ସୁକାନ୍ତିଙ୍କୁ ଆହତ ହୋଇଥିଲେ। ତାଙ୍କୁ ଉଦ୍ଧାର କରାଯାଇ ଆଡେଣିଗଡ଼ ମେଡିକାଲ୍ରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ପୁରୁଣାକଟକ ମେଡିକାଲ୍କୁ ସ୍ଥାନାନ୍ତରିତ କରାଯାଇଛି। ଏବେବି ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ରହିଛି।
ଅନ୍ୟପକ୍ଷରେ କାର୍ରେ କାରରେ ବସିଥିବା ୩ ଜଣ ସାମାନ୍ୟ ଆହତ ହୋଇଛନ୍ତି। ସେମାନଙ୍କୁ ମଧ୍ୟ ପୁରୁଣାକଟକ ମେଡିକାଲ୍ରେ ଭର୍ତ୍ତି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।