ତିନିବାଡରୁ ଆସିଲା ଆଜ୍ଞାମାଳ, ସିଂହଦ୍ୱାର ସମ୍ମୁଖକୁ ଆସିବେ ତିନି ରଥ

ପୁରୀ(ଓଡ଼ିଶା ରିପୋର୍ଟର): ରାତି ପାହିଲେ ଶ୍ରୀଜିଉଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ଆଜି ମହାପ୍ରଭୁଙ୍କ ଉଭାଯାତ୍ରା । ତିନିବାଡରୁ ପହଞ୍ଚିଛି  ଆଜ୍ଞାମାଳ । କିଛି ସମୟ ପରେ ପରେ ରଥ ସିଂହଦ୍ୱାର ସମ୍ମୁଖକୁ ଆସିବ । ପ୍ରଥମେ ନନ୍ଦିଘୋଷ, ତାପରେ ଦର୍ପଦଳନ ଓ ଶେଷରେ ତାଳଧ୍ୱଜକୁ ସିଂହଦ୍ୱାର ସମ୍ମୁଖକୁ ଅଣାଯିବ। ସେପଟେ ଘୋଷଯାତ୍ରା ପାଇଁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ରଥରେ ଶେଷ ସ୍ପର୍ଶ ଦେଉଛନ୍ତି ବିଶ୍ୱକର୍ମା ମହାରଣା, ଭୋଇ ସେବାୟତ, ରୂପକାର ଓ ଦରଜୀ […]

puri

Niharika Rout
  • Published: Thursday, 30 June 2022
  • , Updated: 30 June 2022, 01:22 PM IST

ପୁରୀ(ଓଡ଼ିଶା ରିପୋର୍ଟର): ରାତି ପାହିଲେ ଶ୍ରୀଜିଉଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ଆଜି ମହାପ୍ରଭୁଙ୍କ ଉଭାଯାତ୍ରା । ତିନିବାଡରୁ ପହଞ୍ଚିଛି  ଆଜ୍ଞାମାଳ । କିଛି ସମୟ ପରେ ପରେ ରଥ ସିଂହଦ୍ୱାର ସମ୍ମୁଖକୁ ଆସିବ । ପ୍ରଥମେ ନନ୍ଦିଘୋଷ, ତାପରେ ଦର୍ପଦଳନ ଓ ଶେଷରେ ତାଳଧ୍ୱଜକୁ ସିଂହଦ୍ୱାର ସମ୍ମୁଖକୁ ଅଣାଯିବ। ସେପଟେ ଘୋଷଯାତ୍ରା ପାଇଁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।

ରଥରେ ଶେଷ ସ୍ପର୍ଶ ଦେଉଛନ୍ତି ବିଶ୍ୱକର୍ମା ମହାରଣା, ଭୋଇ ସେବାୟତ, ରୂପକାର ଓ ଦରଜୀ ସେବାୟତ । ଏହାପରେ ପୁଲିସ ପ୍ରଶାସନ, ଶ୍ରୀମନ୍ଦିର ପ୍ରଶାସନ ଓ ସେବକମାନେ ତିନି ରଥକୁ ସିଂହଦ୍ୱାର ସମ୍ମୁଖକୁ ଟାଣିନେଇ ଉତ୍ତର ମୋଡ ଦେବେ ।

ଆଜି ରଥଯାତ୍ରାର ପୂର୍ବପ୍ରସ୍ତୁତି ଆରମ୍ଭ ହେଉଥିବାରୁ ଭକ୍ତଙ୍କ ପାଇଁ ମାତ୍ର ୫ ଘଣ୍ଟାର ଦର୍ଶନ ବ୍ୟବସ୍ଥା କରାଯାଇଛି ।  ସନ୍ଧ୍ୟା ୫ଟାପରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଆସନ୍ତକାଲି ବିଶ୍ୱପ୍ରସିଦ୍ଧ ରଥ ଯାତ୍ରା । ରଥରେ ବସି ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିବେ ଚତୁର୍ଦ୍ଧାମୂରତି । ଏଥିପାଇଁ ସ୍ୱତନ୍ତ୍ର ନୀତିକାନ୍ତି ଚୂଡାନ୍ତ କରାଯାଇଛି।

୨ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ରଥ ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ । ଏହାକୁ ଆଖି ଆଗରେ ରଖି ଉଭୟ ଜିଲ୍ଲା ଓ ପୁଲିସ ପ୍ରଶାସନ ଫୁଲଦମ୍‌ରେ ଲାଗିଛନ୍ତି । ମହାପ୍ରଭୁଙ୍କ ରଥଯାତ୍ରା ଲାଗି ସମସ୍ତେ ପ୍ରସ୍ତୁତ ରହିଛନ୍ତି  । କେମିତି ହେବ ଶୃଙ୍ଖଳିତ ରଥଯାତ୍ରା ଏବଂ ସୁରକ୍ଷା ବ୍ୟବସ୍ଥା, ଏଥିପାଇଁ ପୁଲିସ ବ୍ୟବସ୍ଥାକୁ ବ୍ୟାପକ କରାଯାଇଛି ।  ତା’ସହ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ଏବଂ ସମ୍ଭାବ୍ୟ କରୋନା ସଂକ୍ରମଣକୁ ଦେଖି ଜନସଚେତନତାକୁ ଗୁରୁତ୍ୱ ଦିଆଯାଇଛି । ଯେଉଁମାନେ ଆସୁଛନ୍ତି, ସେମାନଙ୍କୁ ମାସ୍କ ପିନ୍ଧିବାକୁ କୁହାଯିବା ସହ ଥଣ୍ଡା, ଜ୍ୱର, କାଶ ହୋଇଥିବା ଲୋକଙ୍କୁ ଭିଡ଼କୁ ନ ଆସିବାରୁ ପରାମର୍ଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ।

Related story