ନୂଆପଡା.(ମାୟାଧର ସରଫ): ନୂଆପଡା ଥାନା ଭଇଁଷମୁଣ୍ତି ଗାଁ ନିକଟରେ ଗତ ରାତିରେ ଦ୍ରୁତ ଗତିରେ ଯାଉଥିବା ଏକ କାର୍ ଜଳିଯାଇଛି। କାର୍ଟି ନୂଆପଡା ପାର୍ଶ୍ୱରୁ ଭଇଁଷମୁଣ୍ତି ଗାଁ ଆଡକୁ ଯାଉଥିଲା । ରାସ୍ତାରେ ହଠାତ କାର୍ଟି ଜଳି ଯାଉଥିବା ସ୍ଥାନୀୟ ଲୋକେ ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଦମକଳ ଓ ପୁଲିସ୍ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ।
ଉକ୍ତ ସମୟରେ କାର୍ରେ କେହି ବି ନ ଥିଲେ। ଗାଡି ଚାଳକ ତଥା ଗାଡ଼ି ମାଲିକଙ୍କ ସମ୍ପର୍କରେ କୌଣସି ସୂଚନା ମିଳି ନାହିଁ। କାର୍ଟି ଜଳିଗଲା ପରେ କିଏ ଛାଡି ଚାଲିଯାଇଥିବା ଅନୁମାନ କରାଯାଉଛି। ନୂଆପଡା ପୁଲିସ୍ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆସୁଛନ୍ତି ରାଷ୍ଟ୍ରପତି; ପୁରୀରେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଜିପି
ସୁରକ୍ଷା ଦାୟିତ୍ୱରେ ୮୦ ପ୍ଲାଟୁନ ପୁଲିସ୍ ଫୋର୍ସ ସହ ୩୦୦ ବରିଷ୍ଠ ଅଧିକାରୀ ମୁତୟନ ହେବେ। କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି କହିଲେ ଡିଜିପି ୱାଇ.ବି ଖୁରାନିଆ।
Miscellaneous
ସୋମବାର ମହାପ୍ରଭୁଙ୍କ ପଇତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ମାର୍ଗଶୀର କୃଷ୍ଣ ପକ୍ଷ ଦଶମୀ ତିଥିରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତୀଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୁଏ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।
Politics
ତେଜୁଛି ଯାଜପୁର କଳି, ପୁଣି ବିଜେଡି-ବିଜେପି ମୁହାଁମୁହିଁ
ଯାଜପୁର ଘଟଣାକୁ ନେଇ ବିଜେଡି ଓ ବିଜେପି ପୁଣି ମୁହାଁମୁହିଁ ହୋଇଛନ୍ତି। ବିଜେଡି ପ୍ରେସମିଟ୍ କରି ପୁଲିସ ଉପରେ ଦୋଷ ଲଦିଥିବାବେଳେ କାଉଣ୍ଟର କରିଛି ବିଜେପି।
Miscellaneous
ଆସିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା
୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଗଲା 'ସୁଭଦ୍ରା' ଟଙ୍କା। ସୁନ୍ଦରଗଡ଼ରେ ଟଙ୍କା ରିଲିଜ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।