ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରର ଶିଶୁ ଭବନ ଛକରେ ଗତକାଲି ରାତିରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। କାର୍ଟି ରାସ୍ତାରେ ଥିବା ଡିଭାଇଡର୍ରେ ପିଟି ହୋଇ ଓଲଟି ପଡ଼ିଥିଲା।
ଦୁର୍ଘଟଣାଗ୍ରସ୍ତ କାର୍ ଭିତରେ ଡ୍ରାଇଭର ଚାପି ହୋଇ ରହିଯାଇଥିଲେ। ସେତେବେଳେ ସେହି ବାଟ ଦେଇ ଯାଉଥିବା ଲୋକମାନେ ତାଙ୍କୁ କାର୍ ଭିତରୁ ବାହାର କରିଥିଲେ।
ସୌଭାଗ୍ୟବଶତଃ ସେ ବଞ୍ଚି ଯାଇଥିଲେ। ଅବଶ୍ୟ ସେ ଆହତ ହୋଇଛନ୍ତି।
ରାତି ପ୍ରାୟ ୧୧ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। କାର୍ଟି ଶିଶୁଭବନ ଓଭରବ୍ରିଜ୍ରୁ ଓହ୍ଲାଇ ବିମାନବନ୍ଦର ଆଡ଼କୁ ଯାଉଥିଲା। ଦ୍ରୁତଗତି ଯୋଗୁ ଡ୍ରାଇଭର କାର ଉପରୁ ଭାରସାମ୍ୟ ହରାଇଥିଲେ ଓ ତାହା ଡିଭାଇଡର୍ରେ ପିଟି ହୋଇ ଓଲଟି ପଡ଼ିଥିଲା ବୋଲି ଜଣାପଡ଼ିଛି।
ସୂଚନାଯୋଗ୍ୟ, ନିକଟରେ ଭୁବନେଶ୍ୱରରେ ଟ୍ରକ୍ ଚାପି ଦେବାରୁ ଦୁଇ ଜଣ ଯୁକ୍ତ ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଥିଲା। ନୟାପଲ୍ଲୀ ଓଭରବ୍ରିଜ୍ରେ ଏହି ଦୁର୍ଘଟଣା ଘଟିଥିଲା। ସେହିପରି ଆଚାର୍ଯ୍ୟ ବିହାର ଓଭର ବ୍ରିଜ୍ରୁ ଏକ ବାଇକ୍ ତଳେ ପଡ଼ିଯିବାରୁ ବାପପୁଅଙ୍କ ମୃତ୍ୟୁ ଘଟିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।