ପୁରୀ(ଓଡ଼ିଶା ରିପୋର୍ଟର): ଭଗବାନଙ୍କୁ ମଧ୍ୟ ଛାଡ଼ିନାହାନ୍ତି ଲୁଟେରା। ଗତକାଲି ବିଳମ୍ବିତ ରାତିରେ ପୁରୀର ପ୍ରସିଦ୍ଧ ସିଦ୍ଧମହାବୀର ମନ୍ଦିରର ଦାନ ବାକ୍ସରୁ ଲକ୍ଷାଧିକ ଟଙ୍କା ଲୁଟ ହୋଇଥିବା ଜଣାପଡ଼ିଛି। ଦୁର୍ବୃତ୍ତମାନେ ମନ୍ଦିରର ଲୁହା ଜାଲିକୁ ତାଡ଼ିବା ସହ କବାଟ ଭାଙ୍ଗି ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି।
ଆଜି ସକାଳେ ମନ୍ଦିରର ପୂଜକ ଦୁଆର ଖୋଲିବା ସମୟରେ ଦାନବାକ୍ସ ଭଙ୍ଗାଯାଇଥିବା ଦେଖିବାକୁ ପାଇଥିଲେ। ପରେ ସେ ଏ ବିଷୟରେ ମନ୍ଦିର ନିର୍ବାହୀ ଅଧିକାରୀଙ୍କୁ ଜଣାଇଥିଲେ। ନିର୍ବାହୀ ଅଧିକାରୀ ଏନେଇ ପୁରୀ ତାଳବଣିଆ ଥାନରେ ଅଭିଯୋଗ କରିଥିଲେ। ଦାନବାକ୍ସରେ ୩ ଲକ୍ଷରୁ ଅଧିକ ଟଙ୍କା ଥିବା କୁହାଯାଇଛି। ଏତଲା ପାଇବା ପରେ ତାଳବଣିଆ ଥାନା ପୁଲିସ ସିଦ୍ଧମହାବୀର ମନ୍ଦିରକୁ ଯାଇ ପୁଙ୍ଖାନୁପୁଙ୍ଖ ତଦନ୍ତ କରିବା ସହ ସନ୍ଦେହରେ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।
ମନ୍ଦିରର ଟ୍ରଷ୍ଟ ବୋର୍ଡ ନଥିବାରୁ ଗତ ୩ବର୍ଷ ହେଲା ଦାନ ବାକ୍ସରୁ ଟଙ୍କା କଢ଼ା ଯାଇନଥିଲା। ତେଣୁ ଏଥିରେ ବିପୁଳ ପରିମାଣର ଟଙ୍କା ଥିବା ଅନୁମାନ କରି ଲୁଟେରାମାନେ ଏହି କାଣ୍ଡ ଘଟାଇଥିବା କୁହାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ପ୍ରବାସୀ ଭାରତୀୟ ସମ୍ମେଳନ ଆରମ୍ଭ, ମୁଖ୍ୟମନ୍ତ୍ରୀ କହିଲେ- ପ୍ରବାସୀମାନେ କଲଚରାଲ ଆମ୍ବାସଡର
ଆସନ୍ତାକାଲି ଆନୁଷ୍ଠାନିକ ଭାବେ ସମ୍ମେଳନକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ଆଜି ସନ୍ଧ୍ୟାରେ ଭୁବନେଶ୍ବର ଆସୁଛନ୍ତି ପ୍ରଧାନମନ୍ତ୍ରୀ।
Crime
ଦୁଇ ଶ୍ରମିକଙ୍କୁ ଅପହରଣ କରି ମାଗୁଥିଲେ ଟଙ୍କା, ବନ୍ଧା ହେଲେ ଦୁଇ ଯୁବକ
ଗତ ୫ ତାରିଖ ଦିନ ହାଡିଆପଠାରେ କିଛି ନିଶାସକ୍ତ ଯୁବକଙ୍କ ସହ ସେମାନଙ୍କର ପାଟିତୁଣ୍ଡ ହୋଇଥିଲା। ଏହାପରେ ଯୁବକମାନେ ଦୁଇ ଶ୍ରମିକଙ୍କୁ ଉଠାଇ ନେଇ ଯୋବ୍ରା ଅଞ୍ଚଳର ପରିତ୍ୟକ୍ତ ଘରେ ରଖିଥିଲେ।
Crime
ରାଜଧାନୀରେ ଚାଞ୍ଚଲ୍ୟ; ଚଳନ୍ତା ସ୍କୁଟିରେ ଯାଉଥିବା ଯୁବକଙ୍କୁ ଚୋଟ, ମୁଣ୍ଡ-ଗଣ୍ଡି ଅଲଗା
ଆଜି ସକାଳ ପ୍ରାୟ ୮ଟା ବେଳେ ରସୁଲଗଡ଼ରୁ ବାଣୀବିହାର ଓଭରବ୍ରିଜ ଉପରେ ଜଣେ ଯୁବକ ସ୍କୁଟିରେ ଯାଉଥିଲେ। ଏହି ସମୟରେ ପଛରୁ ଏକ ବାଇକ୍ରେ ଆସିଥିବା ଦୁଇ ଯୁବକ ଚଳନ୍ତା ଗାଡ଼ିରେ ଯାଉଥିବା ଯୁବକଙ୍କୁ ଏକ ମାରଣାସ୍ତ୍ରରେ ଚୋଟ ପକାଇଥିଲେ।
Crime
ପୁଲିସ୍ ମାରିଛି ପୋଷ୍ଟର- ଅଭିଯୁକ୍ତକୁ ଧରାଇ ଦିଅ, ଲକ୍ଷେ ଟଙ୍କା ନିଅ
ସଂପୃକ୍ତ ଅଭିଯୁକ୍ତର ୨ଟି ଫଟୋ ଜାରି କରିଛି ସମ୍ବଲପୁର ପୁଲିସ୍। କୌଣସି ବ୍ୟକ୍ତି ଅଭିଯୁକ୍ତ ସମ୍ପର୍କରେ ସୂଚନା ଦେଲେ ତାଙ୍କୁ ଲକ୍ଷେ ଟଙ୍କା ପୁରସ୍କାର ରାଶି ଦିଆଯିବ ବୋଲି ପୁଲିସ କହିଛି।
Miscellaneous
ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ, ରାଜଧାନୀରେ ଜମିଲାଣି ଭିଭିଆଇପିଙ୍କ ଭିଡ଼
। ଆସନ୍ତାକାଲି ଜନତା ମୈଦାନରେ ପ୍ରବାସୀ ଭାରତୀୟ ସମ୍ମେଳନକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ ମୋଦି। ଆସିବା ଆଗରୁ ପ୍ରଧାନମନ୍ତ୍ରୀ ସୋଶାଲ ମିଡ଼ିଆ ଏକ୍ସରେ ଏ ନେଇ ସୂଚନା ଦେଇଛନ୍ତି।