ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ହନିଟ୍ରାପ୍ ଅଭିଯୋଗ ମାମଲା। ଅନ୍ୟତମ ଅଭିଯୁକ୍ତ ଖଗେଶ୍ୱର ପାତ୍ରଙ୍କ ଜାମିନ ଆବେଦନ ଖାରଜ ହୋଇଛି। ୧୫ ଦିନିଆ ଜାମିନ ଆବେଦନ ଖାରଜ କଲେ ସିବିଆଇ କୋର୍ଟ। ମା’ ଦେହ ଅସୁସ୍ଥ ଦର୍ଶାଇ ମଧ୍ୟବର୍ତ୍ତୀକାଳୀନ ଜାମିନ ମାଗିଥିଲା ଖଗେଶ୍ୱର।
ବ୍ଲାକବେଲର ଅର୍ଚ୍ଚନା ନାଗଙ୍କ ସ୍ୱାମୀ ଜଗବନ୍ଧୁଙ୍କ ସହଯୋଗୀ ହେଉଛନ୍ତି ଖଗେଶ୍ୱର। ଆଉ ଖଗେଶ୍ୱରଙ୍କ ସେକେଣ୍ଡ ହ୍ୟାଣ୍ଡ୍ କାର୍ ବିଜନେସ୍ରେ ଚାନ୍ଦ-ନାଗ ଦମ୍ପତି ଅର୍ଥ ବିନିଯୋଗ କରିଥିବା ଅଭିଯୋଗ ହେଉଥିଲା। ଏହାର ଖୋଳତାଡ଼ କରି ଖଗେଶ୍ୱରଙ୍କ ଭିଙ୍ଗାରପୁର କୁରାଙ୍ଗ ଶାସନ ସ୍ଥିତ ଗଙ୍ଗେଶ୍ୱର ଘରେ, ଭୁବନେଶ୍ୱର ହଂସପାଳ ଓ ରସୁଲଗଡ଼ ସ୍ଥିତ ସେକେଣ୍ଡ ହ୍ୟାଣ୍ଡ ଗାଡ଼ି ସୋ ରୁମ୍ରେ ଇଡି ରେଡ୍ କରିଥିଲା। ପରେ ଖଗେଶ୍ୱରକୁ ଉଠାଇ ଆଣି ଘନଘନ ଜେରା କରିଥିଲା। ତା’ପରେ ତାକୁ ଗିରଫ କରିଥିଲା। ଏବେ ଖଗେଶ୍ୱର ଜେଲ୍ରେ ରହିଛି।
Also Read
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।