ମହିମା ମିଶ୍ରଙ୍କ ଘରେ ପଶିଲା ସିବିଆଇ: କଟକ ଓ ପାରାଦୀପରେ ରେଡ୍

କଟକ/ପାରାଦୀପ(ଓଡ଼ିଶା ରିପୋର୍ଟର):  ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘର ଓ ଅଫିସ୍‌ରେ ଆଜି ସକାଳୁ ପଶିଛି ସିବିଆଇ ଟିମ୍‌ । କଟକ ଓ ପାରାଦୀପର ବିଭିନ୍ନ ସ୍ଥାନରେ ସିବିଆଇ ଟିମ୍‌ ଚଢ଼ାଉ କରିଥିବା ବେଳେ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି। ଏନେଇ ସିବିଆଇ ତରଫରୁ ଅଫିସିଆଲି କିଛି ଘୋଷଣା ହୋଇ ନ ଥିବା ବେଳେ  ୨୫ ଲକ୍ଷର ଏକ ଲାଞ୍ଚ କାରବାର ଅଭିଯୋଗରେ ଏହି ଚଢାଉ ଚାଲିଥିବା ଜଣାଯାଇଛି। କଟକ ଓଡ଼ିଆ ବଜାରସ୍ଥିତ ମହିମା ମିଶ୍ରଙ୍କ ଘର […]

mahima-mishra

mahima-mishra

Niharika Rout
  • Published: Thursday, 04 August 2022
  • Updated: 04 August 2022, 01:53 PM IST

Sports

Latest News

କଟକ/ପାରାଦୀପ(ଓଡ଼ିଶା ରିପୋର୍ଟର):  ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘର ଓ ଅଫିସ୍‌ରେ ଆଜି ସକାଳୁ ପଶିଛି ସିବିଆଇ ଟିମ୍‌ । କଟକ ଓ ପାରାଦୀପର ବିଭିନ୍ନ ସ୍ଥାନରେ ସିବିଆଇ ଟିମ୍‌ ଚଢ଼ାଉ କରିଥିବା ବେଳେ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି। ଏନେଇ ସିବିଆଇ ତରଫରୁ ଅଫିସିଆଲି କିଛି ଘୋଷଣା ହୋଇ ନ ଥିବା ବେଳେ  ୨୫ ଲକ୍ଷର ଏକ ଲାଞ୍ଚ କାରବାର ଅଭିଯୋଗରେ ଏହି ଚଢାଉ ଚାଲିଥିବା ଜଣାଯାଇଛି।

କଟକ ଓଡ଼ିଆ ବଜାରସ୍ଥିତ ମହିମା ମିଶ୍ରଙ୍କ ଘର ଓ ଲିଙ୍କ ରୋଡସ୍ଥିତ OSL ଅଫିସରେ ୨ଟି ଟିମ୍‌ ଚଢ଼ାଉ କରିଛନ୍ତି। ଏହି ସମୟରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି। ଓଡ଼ିଆ ବଜାରସ୍ଥିତ ଘରେ ମହିମା ମିଶ୍ର ଓ ତାଙ୍କ ୨ ପୁଅ ଥିବା ଜଣାଯାଇଛି। ସେହିପରି ପାରାଦୀପର ବଡ଼ପଡ଼ିଆସ୍ଥିତ OSL ଅଫିସ୍‌ ସମେତ ୪ଟି ସ୍ଥାନରେ ଚଢାଉ ଚାଲିଛି ।

ପାରାଦୀପର ଏକ ଗେଷ୍ଟ ହାଉସ୍‌ରେ ପାରାଦୀପ ପୋର୍ଟର ଚିଫ୍ ମେକାନିକାଲ ଇଞ୍ଜିନିୟକ ସରୋଜ ଦାସଙ୍କୁ ପଚରାଉଚରା କରୁଛି ସିବିଆଇ ଟିମ୍‌। ତାଙ୍କ ସହ ଜଣେ ଠିକାଦାରଙ୍କୁ ମଧ୍ୟ ଜେରା କରୁଛି । ଉଭୟଙ୍କ ନିକଟରୁ ସିବିଆଇ ଅଧିକାରୀ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହାସଲ କରିଥିବା ଜଣାଯାଇଛି।

ପାରାଦୀପ ସିୱେଜ ସିପିଂ କମ୍ପାନୀ ଜିଏମ୍‌ ମହେନ୍ଦ୍ର ସ୍ୱାଇଁ ହତ୍ୟା ମାମଲାରେ ମହିମା ମିଶ୍ର ଓ ତାଙ୍କ ସହଯୋଗୀ ବସନ୍ତ ବଳଙ୍କୁ ଥାଇଲାଣ୍ଡ ପୁଲିସ୍‌ ବ୍ୟାଙ୍କକର ଏକ ହୋଟେଲରୁ ୨୦୧୬ ମସିହା ଡିସେମ୍ବର ମାସରେ ଗିରଫ କରିଥିଲା। ଏହାର ୨ ବର୍ଷ ପରେ ତାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos