ଇତିଶ୍ରୀ ପ୍ରଧାନ ହତ୍ୟା ମାମଲା: ସୁପ୍ରିମକୋର୍ଟରେ ବନ୍ଦ ଲଫାପାରେ ରିପୋର୍ଟ ଦାଖଲ କଲା ସିବିଆଇ

ନୂଆଦିଲ୍ଲୀ: ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ହତ୍ୟା ମାମଲାରେ ସିବିଆଇ ସୁପ୍ରିମକୋର୍ଟରେ ତଦନ୍ତ ରିପୋର୍ଟ ଦାଖଲ କରିଛି। ସିବିଆଇ ବନ୍ଦ ଲଫାପାରେ ଏହି ରିପୋର୍ଟ ଦାଖଲ କରିଛି । ୨୦୧୮ ଫେବୃୟାରୀରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସୂଚନା ମିଳିଛି।

୨୦୧୩ ମସିହାରେ ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ୍ ଟିକିରି ସ୍କୁଲରେ ଠିକା ଶିକ୍ଷକ ଭାବେ କାର୍ଯ୍ୟ କରୁଥିବା ଇତିଶ୍ରୀ ପ୍ରଧାନଙ୍କୁ କିରୋସିନି ଢାଳି ପୋଡ଼ି ମାରି ଦିଆଯାଇଥିବା ଅଭିଯୋଗ ହୋଇଥିଲା। ଏହା ପୂର୍ବରୁ ଇତିଶ୍ରୀ ସେହି ସ୍କୁଲର ପୂର୍ବତନ ପ୍ରଧାନଶିକ୍ଷକ ନେତ୍ରାନନ୍ଦ ଦଣ୍ଡସେନା ତାଙ୍କୁ ନିର୍ଯାତନା ଦେଉଥିବା ଥାନାରେ ଅଭିଯୋଗ କରିଥିଲେ। ରାଜ୍ୟ ସରକାର ଏହାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିବା ବେଳେ ପରେ ଏକ ଜନସ୍ୱାର୍ଥ ମାମଲା ଆଧାରରେ ସୁପ୍ରିମ କୋର୍ଟ ଘଟଣାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ।

ଗତବର୍ଷ ଏପ୍ରିଲରେ ଅଭିଯୁକ୍ତ ନେତ୍ରାନନ୍ଦ ଦଣ୍ଡସେନାକୁ ହତ୍ୟା ଷଡ଼ଯନ୍ତ୍ର ଅଭିଯୋଗରେ ଆଜୀବନ କାରାଦଣ୍ଡାଦେଶ ହୋଇଥିଲା।

Ordigital Desk
• Published: Friday, 17 November 2017
• Updated: 17 November 2017, 12:40 PM IST

Sports

Latest News

ନୂଆଦିଲ୍ଲୀ: ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ହତ୍ୟା ମାମଲାରେ ସିବିଆଇ ସୁପ୍ରିମକୋର୍ଟରେ ତଦନ୍ତ ରିପୋର୍ଟ ଦାଖଲ କରିଛି। ସିବିଆଇ ବନ୍ଦ ଲଫାପାରେ ଏହି ରିପୋର୍ଟ ଦାଖଲ କରିଛି । ୨୦୧୮ ଫେବୃୟାରୀରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସୂଚନା ମିଳିଛି।

୨୦୧୩ ମସିହାରେ ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ୍ ଟିକିରି ସ୍କୁଲରେ ଠିକା ଶିକ୍ଷକ ଭାବେ କାର୍ଯ୍ୟ କରୁଥିବା ଇତିଶ୍ରୀ ପ୍ରଧାନଙ୍କୁ କିରୋସିନି ଢାଳି ପୋଡ଼ି ମାରି ଦିଆଯାଇଥିବା ଅଭିଯୋଗ ହୋଇଥିଲା। ଏହା ପୂର୍ବରୁ ଇତିଶ୍ରୀ ସେହି ସ୍କୁଲର ପୂର୍ବତନ ପ୍ରଧାନଶିକ୍ଷକ ନେତ୍ରାନନ୍ଦ ଦଣ୍ଡସେନା ତାଙ୍କୁ ନିର୍ଯାତନା ଦେଉଥିବା ଥାନାରେ ଅଭିଯୋଗ କରିଥିଲେ। ରାଜ୍ୟ ସରକାର ଏହାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିବା ବେଳେ ପରେ ଏକ ଜନସ୍ୱାର୍ଥ ମାମଲା ଆଧାରରେ ସୁପ୍ରିମ କୋର୍ଟ ଘଟଣାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ।

ଗତବର୍ଷ ଏପ୍ରିଲରେ ଅଭିଯୁକ୍ତ ନେତ୍ରାନନ୍ଦ ଦଣ୍ଡସେନାକୁ ହତ୍ୟା ଷଡ଼ଯନ୍ତ୍ର ଅଭିଯୋଗରେ ଆଜୀବନ କାରାଦଣ୍ଡାଦେଶ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos