ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର) କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ପକ୍ଷରୁ ଦଶମ ଓ ଦ୍ୱାଦଶ ପରୀକ୍ଷା ଫି ବୃଦ୍ଧି କରାଯାଉଛି। ହଠାତ୍ ଏପରି ଅହେତୁକ ପରୀକ୍ଷା ଫି ବୃଦ୍ଧିକୁ ଓଡ଼ିଶା ଅଭିଭାବକ ମହାସଂଘ ବିରୋଧ କରିବା ସହ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଛି । ତା’ସହ ମାନବ ସମ୍ବଳ ବିକାଶ ମନ୍ତ୍ରୀଙ୍କୁ ଚିଠି ଲେଖି CBSE ପରୀକ୍ଷା ଫି ବୃଦ୍ଧି ନିଷ୍ପତ୍ତି ପ୍ରତ୍ୟାହାର କରିନେବାକୁ ମହାସଂଘ ଦାବି କରିଛି ।
CBSE ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫି ବୃଦ୍ଧି କରିଛନ୍ତି ସିବିଏସ୍ଇ କର୍ତ୍ତୃପକ୍ଷ । ଉଭୟ SC/ST ଓ ସାଧାରଣ ବର୍ଗର ଛାତ୍ରଛାତ୍ରୀଙ୍କ ଫିରେ ହୋଇଛି ଅସମ୍ଭବ ବୃଦ୍ଧି। ପୂର୍ବରୁ SC/ST ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫି ୫୦ ଟଙ୍କା ଥିବା ବେଳେ ଏହା ତାହା ୧୨ଶହ ଟଙ୍କାରେ ପହଞ୍ଚିଛି।
ସେହିପରି ସାଧାରଣ ବର୍ଗର ଛାତ୍ରଛାତ୍ରୀ ୭୫୦ ଟଙ୍କା ପରିବର୍ତ୍ତେ ୧୫ ଶହ ଟଙ୍କା ଦେବେ । ମାଇଗ୍ରେସନ୍ ଫି ୧୫୦ ଟଙ୍କା ବଦଳରେ ୩୫୦ ଟଙ୍କାକୁ ବୃଦ୍ଧି କରିଛି ସିବିଏସଇ । ତେବେ ଦୃଷ୍ଟିହୀନ ଛାତ୍ରଛାତ୍ରୀଙ୍କୁ କୌଣସି ପରୀକ୍ଷା ଫି ଦେବାକୁ ପଡ଼ିବ ନାହିଁ ବୋଲି ସିବିଏସ୍ଇ ପକ୍ଷରୁ ଘୋଷଣା କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।