ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର):୩ ମିନିଟରେ ଗ୍ରାହକଙ୍କୁ ମିଳିପାରିବ ଇ-ମୁଦ୍ରା ଲୋନ୍। ୩୦ ସେକେଣ୍ଡରେ SHG ଗ୍ରୁପକୁ ମିଳିବ ୫୦ ହଜାର ଟଙ୍କାର ଋଣ। ଏହାସହ ୫୯ ମିନିଟ୍ରେ ୧ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ମିଳିପାରିବ। ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକର ଗ୍ରାହକ ସମ୍ପର୍କ କାର୍ଯ୍ୟକ୍ରମ ଉଦ୍ଘାଟନ ଅବସରରେ ଏହି ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ଏହି କାର୍ଯ୍ୟକ୍ରମ ଅବସରରେ ଆଜି ୨୬୦୪ ଜଣ ଗ୍ରାହକଙ୍କୁ ୧୬୬. ୧୧ କୋଟି ଟଙ୍କାର ଋଣ ମଧ୍ୟ ପ୍ରଦାନ କରାଯାଇଛି। ଏଭଳି ବ୍ୟବସ୍ଥା ଦ୍ୱାରା ବ୍ୟାଙ୍କ ଗ୍ରାହକଙ୍କ ନିକଟତର ହୋଇପାରିବ। ଲୋକଙ୍କୁ ସୁବିଧାରେ ବିଭିନ୍ନ ପ୍ରକାର ଋଣ ମିଳିପାରିବ। ଏହି ଅବସରରେ ଓଡ଼ିଶାରେ ଅଧିକ ସଂଖ୍ୟକ ରାଷ୍ଟ୍ରାୟତ୍ତ ବ୍ୟାଙ୍କର ଶାଖା ଖୋଲିବାର ସମ୍ଭାବନା ରହିଛି। ଏଥିସହିତ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଅଧିକ ମାତ୍ରାରେ ଋଣ ପ୍ରଦାନ କରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଉଜୁଡ଼ା କ୍ଷେତ ବୁଲି ଚାଷୀଙ୍କ ଦୁଃଖ ଶୁଣିଲେ ମୁଖ୍ୟମନ୍ତ୍ରୀ
କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟି ଅସୁବିଧା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ। କ୍ଷତିପୂରଣ ପାଇଁ ପ୍ରତିଶ୍ରୁତି ବି ଦେଇଛନ୍ତି।
Events & Festivals
୩୧ ଓ ୧ ତାରିଖରେ କେବଳ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ
ସାଧାରଣ ଭକ୍ତ କେବଳ ସିଂହଦ୍ୱାର ଦେଇ ପ୍ରବେଶ କରିବେ। ଅନ୍ୟ ୩ ଦ୍ୱାର ଦେଇ ପ୍ରବେଶ ମନା। କେବଳ ପ୍ରସ୍ଥାନ କରିବେ। ତେଣେ ନୂଆବର୍ଷରେ ଭିଡ଼ ନିୟନ୍ତ୍ରଣ ପାଇଁ ପୁରୀରେ ୬୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି।
Miscellaneous
କୁଦୋପାଲିର ଇତିହାସ ପଢ଼ିବ ବିଶ୍ୱ; ଗୋଟିଏ ଦିନରେ ସହିଦ ହୋଇଥିଲେ ୫୩ ସଂଗ୍ରାମୀ
କୁଦୋପାଲି ପାହାଡ଼ରେ ଇଂରେଜଙ୍କ ବିରୋଧରେ ହୋଇଥିବା ଲଢ଼େଇରେ ଗୋଟିଏ ଦିନରେ ୫୩ଜଣ ସଂଗ୍ରାମୀ ସହିଦ୍ ହୋଇଥିଲେ। ନ୍ୟାସନାଲ ବୁକ୍ ଟ୍ରଷ୍ଟ ଦ୍ୱାରା ପ୍ରକାଶିତ ଏହି ପୁସ୍ତକଟିର ନାମ ରହିଛି 'ଦି ସାଗା ଅଫ୍ କୁଦୋପାଲି, ଦି ଅନସଙ୍ଗ୍ ଷ୍ଟୋରୀ ଅଫ୍ ୧୮୫୭'।
Accident
ଡିଭାଇଡରରେ ପିଟି ହୋଇ ହାଇୱାକୁ ଧକ୍କାଦେଲା ସ୍କର୍ପିଓ; ୨ ମୃତ
ସ୍ଥାନୀୟ ଲୋକେ ଏନେଇ ପୁଲିସ୍କୁ ଖବର ଦେଇଥିଲେ। ପୁଲିସ ଓ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଗାଡ଼ି ଭିତରୁ ୪ ଜଣଙ୍କୁ ଉଦ୍ଧାର କରିଥିଲେ। ସେତେବେଳକୁ ଗାଡ଼ି ଚାଳକ ଆଦିତ୍ୟଙ୍କ ମୃତ୍ୟୁ ଘଟିଥିଲା।
Politics
କଳିଙ୍ଗ ଷ୍ଟାଡିୟମ ଆଥଲେଟିକ୍ ଟ୍ରାକରେ ଗାଡ଼ି ବୁଲିବା ଘଟଣା, ସଫେଇ ଦେଲେ କ୍ରୀଡ଼ା ମନ୍ତ୍ରୀ
କଳିଙ୍ଗ ଷ୍ଟାଡିୟମର ରନିଂ ଟ୍ରାକରେ ସରକାରୀ ଗାଡ଼ି ବୁଲିବାର ଦୃଶ୍ୟ ସାମ୍ନାକୁ ଆସିବା ପରେ ବିଜେପି ସରକାରକୁ ଟାର୍ଗେଟ କରିଥିଲେ ପୂର୍ବତନ କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା। ଜବାବ ଦେଲେ କ୍ରୀଡ଼ାମନ୍ତ୍ରୀ।