ନୀଳଗିରି(ଓଡ଼ିଶା ରିପୋର୍ଟର) କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ସାମାନ୍ୟ ଆହତ ହୋଇଛନ୍ତି। ବାଲେଶ୍ୱର ନୀଳଗିରି ପୁଡ଼ାଶୁଳ ଛକରେ ଦୁର୍ଘଟଣା ଘଟିଛି । କେନ୍ଦ୍ରମନ୍ତ୍ରୀଙ୍କ ଗାଡ଼ି ସହ ଏକ ଟ୍ରାକ୍ଟରର ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ କେନ୍ଦ୍ରମନ୍ତ୍ରୀ ଓ ତାଙ୍କର ପାଇଲଟ ମଧ୍ୟ ସାମାନ୍ୟ ଆହତ ହୋଇଛନ୍ତି ।
ନୀଳଗିରି ମେଡିକାଲରେ ଉଭୟଙ୍କ ପ୍ରାଥମିକ ଚିକିତ୍ସା ପରେ ବାଲେଶ୍ୱର ସ୍ଥାନାନ୍ତର କରାଯାଇଛି । କେନ୍ଦ୍ରମନ୍ତ୍ରୀ ନୀଳଗିରି ବଢ଼େଇପଲା ଅଞ୍ଚଳକୁ ଜଣେ କିଡନୀ ରୋଗୀଙ୍କୁ ସହାୟତା ପାଇଁ ଯାଉଥିବା ବେଳେ ପୋଡ଼ାଶୋଳ ନିକଟରେ ଏକ ଟ୍ରାକ୍ଟର ତାଙ୍କ ଗାଡିକୁ ଧକ୍କା ଦେଇଥିଲା । ଏଥିରେ ମନ୍ତ୍ରୀଙ୍କ ଗାଡ଼ିର ସମ୍ମୁଖ ଭାଗ କ୍ଷତିଗ୍ରସ୍ତ ହୋଇଛି । କେନ୍ଦ୍ରମନ୍ତ୍ରୀଙ୍କ ମୁହଁ, ନାକ, ଓ ବାମ ଗୋଡ଼ରେ ଆଘାତ ଲାଗିଛି । ଟ୍ରାକ୍ଟର ଚାଳକକୁ ନୀଳଗିରି ପୁଲିସ ଅଟକ ରଖି ପଚରା ଉଚରା ଚଳାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।