ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାରା ରାଜ୍ୟକୁ ହୁଲସ୍ତୁଲ କରୁଥିବା ମମିତା ମେହେର ହତ୍ୟା ମାମଲାର ଅନୁଧ୍ୟାନ ପାଇଁ ଆଜି ଆସୁଛି ବିଜେପି କେନ୍ଦ୍ରୀୟ ଟିମ୍ । ୩ ଜଣିଆ ଟିମ୍ରେ ଆସିବେ ବିଜେପି ଜାତୀୟ ମହିଳା ମୋର୍ଚ୍ଚା ସଭାପତି ଭି.ଶ୍ରୀନିବାସନ, ସାଂସଦ ସୁନିତା ଦୁଗଲ ଓ ବିଧାୟିକା ରୁପା ମିତ୍ର । ଏହି ଟିମ୍ ମମିତାଙ୍କ ପରିବାରବର୍ଗଙ୍କୁ ଭେଟି ସମବେଦନା ଜଣାଇବା ସହିତ ପୂରା ଘଟଣା ସଂପର୍କରେ ପଚାରି ବୁଝିବେ ।
ଏହାପରେ ମହାଲିଙ୍ଗ ଯାଇ ହତ୍ୟାକାଣ୍ଡ ଘଟିଥିବା ସ୍ଥଳ ବି ବୁଲି ଦେଖିବେ ବୋଲି ରାଜ୍ୟ ବିଜେପି ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଅପରାହ୍ନ ୩ଟାରେ ମହାଲିଙ୍ଗରେ ପହଞ୍ଚିବାକୁ ଥିବା ବେଳେ ସନ୍ଧ୍ୟା ୫ଟାରୁ ୭ଟା ମଧ୍ୟରେ ବିଜେପି କାର୍ଯ୍ୟକର୍ତ୍ତାଙ୍କ ସହ ଟିମ୍ ସଦସ୍ୟ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି ।
ଅପରପକ୍ଷେ, ଆଜିଠୁ ରାଜ୍ୟର ସମସ୍ତ ଥାନା ଘେରାଉ କରିବ ବିଜେପି । ୨୯, ୩୦ ଓ ୩୧ ତାରିଖ ଏହି ତିନି ଦିନ ରାଜ୍ୟର ସମସ୍ତ ୬୨୫ଟି ଥାନା ଘେରାଉ କରିବା କାର୍ଯ୍ୟକ୍ରମ ରହିଛି । ଗତ ୨୬ ଓ ୨୭ତାରିଖରେ ମଧ୍ୟ ବିଭିନ୍ନ ଏସ୍ପି ଅଫିସ ଘେରାଉ କରିଥିଲା ବିଜେପି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ଯସ୍ମିନ ପଟ୍ଟନାୟକ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳସଚିବ, ମନୋଜ ପାଢ଼ୀ ଶିକ୍ଷକ ପ୍ରତିଷ୍ଠାନ ନିର୍ଦ୍ଦେଶକ
ବରିଷ୍ଠ ଓଏଏସ୍ ପୁରିନ୍ଦର ଧରୁଆଙ୍କୁ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଏବଂ ଓଏଏସ୍ ରୀନା ମହାପାତ୍ରଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛି ।
Miscellaneous
୧.୩୬ଲକ୍ଷ କୋଟି ଟଙ୍କାର ଶିଳ୍ପପ୍ରକଳ୍ପକୁ ମଞ୍ଜୁରୀ ଦେଲେ ମୋହନ ସରକାର
ବିଜେପି ସରକାର କ୍ଷମତାକୁ ଆସିବା ପରେ ଦ୍ୱିତୀୟ ଏଚଏଲସିଏ ବୈଠକରେ ମଞ୍ଜୁରୀ। ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୭୪୩୫୦ଟି ଅତିରିକ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।
Miscellaneous
ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି
ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ଆଳୁ ରପ୍ତାନୀ ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର। ପରସ୍ପର ଉପରେ ଦୋଷ ଲଦିଲେ ବିଜେଡି-ବିଜେପି।
Crime
କାର୍ ହେଡ୍ଲାଇଟ୍ରେ ହେଉଥିଲା ଗଞ୍ଜେଇ ଚାଲାଣ
କାର ହେଡ୍ ଲାଇଟ୍ ଓ ଡିକି ତଳେ ଗଞ୍ଜେଇ ଥିବା ଅବକାରୀ ବିଭାଗ ଜାଣିବାକୁ ପାଇଥିଲା। ପରେ କାର୍ ଲାଇଟ୍ ଖୋଲି ଗଞ୍ଜେଇ ଜବତ କରାଯାଇଥିଲା।
Miscellaneous
ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର
ଘଟଣାରେ ସଂପୃକ୍ତ ମହିଳା ଓ ତାଙ୍କ ସ୍ୱାମୀ ଅଟକ। ଚୋରିର ଉଦ୍ଦେଶ୍ୟ ଜଣାପଡି ନାହିଁ, ଅଧିକ ତଦନ୍ତ କରୁଛି ପୁଲିସ।