ନବୀନଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସୀମା ବିବାଦକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ, ଛତିଶଗଡ ଓ ଝାଡ଼ଖଣ୍ଡ ସହିତ ଥିବା ଦୀର୍ଘ ଦିନର ସୀମା ବିବାଦକୁ ଆପୋଷ ଆଲୋଚନା ମାଧ୍ୟମରେ ସମାଧାନ କରିବା ପାଇଁ ଚିଠିରେ ଉଲ୍ଲେଖ କରିଛନ୍ତି ଧର୍ମେନ୍ଦ୍ର। ପଡ଼ୋଶୀ ରାଜ୍ୟଗୁଡ଼ିକ ସହ ଥିବା ସୀମା ବିବାଦ ସଂପର୍କରେ ଆଲୋଚନା କରିବା ପାଇଁ ସର୍ବଦଳୀୟ ବୈଠକ ଡକାଇବାକୁ ସେ ଲେଖିଛନ୍ତି। ସେହିପରି ସୀମା ବିବାଦର ବିସ୍ତୃତ ଓ […]

Dharmendra

Dharmendra

Jitendra Garnayak
  • Published: Thursday, 19 November 2020
  • Updated: 19 November 2020, 02:39 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସୀମା ବିବାଦକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ, ଛତିଶଗଡ ଓ ଝାଡ଼ଖଣ୍ଡ ସହିତ ଥିବା ଦୀର୍ଘ ଦିନର ସୀମା ବିବାଦକୁ ଆପୋଷ ଆଲୋଚନା ମାଧ୍ୟମରେ ସମାଧାନ କରିବା ପାଇଁ ଚିଠିରେ ଉଲ୍ଲେଖ କରିଛନ୍ତି ଧର୍ମେନ୍ଦ୍ର।

ପଡ଼ୋଶୀ ରାଜ୍ୟଗୁଡ଼ିକ ସହ ଥିବା ସୀମା ବିବାଦ ସଂପର୍କରେ ଆଲୋଚନା କରିବା ପାଇଁ ସର୍ବଦଳୀୟ ବୈଠକ ଡକାଇବାକୁ ସେ ଲେଖିଛନ୍ତି। ସେହିପରି ସୀମା ବିବାଦର ବିସ୍ତୃତ ଓ ସ୍ଥାୟୀ ସମାଧାନ କରିବା ପାଇଁ ଓଡ଼ିଶା ବିଧାନସଭାରେ ବିଭିନ୍ନ ଦଳର ସଦସ୍ୟମାନଙ୍କୁ ନେଇ ଏକ ଗୃହ କମିଟି ଗଠନ କରାଯାଉ। ଏଥିସହ ଓଡ଼ିଶା ଗୁଇନ୍ଦା ବିଭାଗର ତଥ୍ୟ ସହ ସମାଜର ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ନେବାକୁ ଧର୍ମେନ୍ଦ୍ର ଚିଠିରେ ଲେଖିଛନ୍ତି ।

ଏପରିକି ଓଡ଼ିଶା ଓ ପଡ଼ୋଶୀ ରାଜ୍ୟ ମଧ୍ୟରେ ଥିବା ସୀମା ବିବାଦର ସମାଧାନ ପାଇଁ ଦରକାର ପଡ଼ିଲେ କେନ୍ଦ୍ର ସରକାରଙ୍କର ମଧ୍ୟ ସହୟତା ଲୋଡ଼ିବାକୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ମାଧ୍ୟମରେ କହିଛନ୍ତି। ଓଡ଼ିଶାବାସୀଙ୍କ ସାମାଜିକ ଓ ଆର୍ଥିକ ସ୍ୱାର୍ଥସହ ସାଲିସ ନ କରିବାକୁ କେନ୍ଦ୍ରମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos