ସୁନ୍ଦରଗଡ଼(ବିଜୟ ବରୁଆ): ରାଜ୍ୟରେ ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ନେଇ ସୁନ୍ଦରଗଡ଼ରେ କେନ୍ଦ୍ରୀୟ ଟିମ୍ ପହଁଚିଛି । ଦ୍ୱିତୀୟ ଏମ୍ସ ନିମନ୍ତେ ଆବଶ୍ୟକ ଭିତ୍ତିଭୂମି ଅନୁଧ୍ୟାନ ପାଇଁ ସୁନ୍ଦରଗଡ଼ରେ ପହଞ୍ଚିଛି ୫ ଜଣିଆ କେନ୍ଦ୍ରୀୟ ଟିମ୍ । ରାଜ୍ୟ ଶିକ୍ଷା ଓ ତାଲିମ୍ ନିର୍ଦ୍ଦେଶାଳୟର ୪ ଜଣ ସଦସ୍ୟ ବି ସାଥିରେ ଅଛନ୍ତି । ଏହି ଟିମ୍ ସୁନ୍ଦରଗଡ଼ NTPC ମେଡିକାଲ କଲେଜ ଭିତ୍ତିଭୂମି ଅନୁଧ୍ୟାନ କରିବ । ଅନୁଧ୍ୟାନ ପରେ ପ୍ରାଥମିକ ରିପୋର୍ଟ କେନ୍ଦ୍ରକୁ ଦିଆଯିବ ।
ସୁନ୍ଦରଗଡ଼ରେ ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ପାଇଁ କେନ୍ଦ୍ରକୁ ଚିଠି ଲେଖିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାପରେ ଆଜି କେନ୍ଦ୍ରୀୟ ଟିମ୍ ଅନୁଧ୍ୟାନ ପାଇଁ ପହଞ୍ଚିଛନ୍ତି ।
ସୁନ୍ଦରଗଡ ସାଂସଦ ଜୁଏଲ ଓରାମ କହିଛନ୍ତି, ଟିମ୍ ଭିତ୍ତିଭୂମି ଅନୁଧ୍ୟାନ କରି ରିପୋର୍ଟ ଦେବ ଏବଂ କେନ୍ଦ୍ର ଓ ରାଜ୍ୟ ସରକାର ଏହା ଉପରେ ନିଷ୍ପତ୍ତି ନେବେ । ଯଦି ରାଜ୍ୟ ସରକାର ଏହାକୁ ମେଡିକାଲ କଲେଜ ନକରନ୍ତି, ତାହେଲେ କେନ୍ଦ୍ର ଏହାକୁ ଏମ୍ସ କରିବ ବୋଲି ଜୁଏଲ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।