ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୋଇଲା ରୟାଲଟି ବୃଦ୍ଧି ନେଇ ଓଡ଼ିଶାର ଦାବି ଉପରେ ବିଚାର କରୁଛି କେନ୍ଦ୍ର। ଏହି ସୂଚନା ଦେଇଛନ୍ତି କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ। ଆଜି କେନ୍ଦ୍ରମନ୍ତ୍ରୀ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। କୋଇଲା ଉତ୍ପାଦନ ବୃଦ୍ଧି ଉପରେ ବୈଠକରେ ଗୁରୁତ୍ୱ ଦିଆଯିବା ସହ ଏମ୍ସିଏଲ୍ ପାଇଁ ଜମି ଅଧିଗ୍ରହଣ, ରାସ୍ତ ନିର୍ମାଣ ଓ ରାଜ୍ୟ ସରକାର ସହାୟତା ଯୋଗାଇ ଦେବା ଆଦି ପ୍ରସଙ୍ଗରେ ମଧ୍ୟ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି।
କୋଇଲା ରୟାଲଟି ବୃଦ୍ଧି ନେଇ ରାଜ୍ୟ କରୁଥିବା ଦାବି ଉପରେ ବିଚାର କରାଯାଉଥିବା କହିଛନ୍ତି କେନ୍ଦ୍ର ମନ୍ତ୍ରୀ। ଓଡ଼ିଶାର ୨୪ ଖଣିର ଅବଧି ୨୦୨୦ ମାର୍ଚ୍ଚ ୩୧ ସୁଦ୍ଧା ଶେଷ ହେବ। ଏହି ସମୟ ମଧ୍ୟରେ ଶିଳ୍ପ ଗୁଡିକୁ କଞ୍ଚାମାଲ ପିଏସୟୁ ଜରିଆରେ ଯୋଗାଇ ଦିଆଯିବ ବୋଲି ସହମତି ପ୍ରକାଶ ପାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସନ୍ଧ୍ୟାରେ ଦୁର୍ଘଟଣାରେ ଚାଲିଗଲା ଜୀବନ; ରାତିରେ ଘରେ ବୁଲିଲା କଳାକନା
ବିଜୟଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।
Crime
୪ଟି ମନ୍ଦିରରୁ ସିରିଜ ଚୋରି; ନେଇଗଲେ ଠାକୁରଙ୍କ ଅଳଙ୍କାର
ମନ୍ଦିରର ତାଲା ଭାଙ୍ଗି ଠାକୁରଙ୍କ ସୁନା ଅଳଙ୍କାର ଲୁଟିନେଲେ ଚୋର।
Miscellaneous
ନନ୍ଦନକାନନକୁ ଆସିଲେ ନୂଆ ଅତିଥି
ହାଇଦ୍ରାବାଦ ନେହରୁ ଜୋଲଜିକାଲ୍ ପାର୍କ ସହ ନନ୍ଦନକାନନ ପ୍ରାଣୀ ଉଦ୍ୟନର ଜୀବଜନ୍ତୁଙ୍କ ଅଦଳବଦଳ ହୋଇଛି।