'ଫୋନି' କ୍ଷୟକ୍ଷତି ଆକଳନ ପାଇଁ ଆସିବ ଉଚ୍ଚସ୍ତରୀୟ କେନ୍ଦ୍ରୀୟ ଟିମ୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ‘ଫୋନି’ ପ୍ରଭାବିତ ଅଞ୍ଚଳରେ କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବା ନିମନ୍ତେ ଦୁଇ-ତିନି ଦିନ ମଧ୍ୟରେ ଏକ ଉଚ୍ଚସ୍ତରୀୟ କେନ୍ଦ୍ରୀୟ ଟିମ୍ ଓଡ଼ିଶା ଗସ୍ତରେ ଆସିବ ବୋଲି ଜଣାପଡ଼ିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିର୍ଦ୍ଦେଶରେ କେନ୍ଦ୍ର ସରକାରଙ୍କ ଜଣେ ଅତିରିକ୍ତ ସଚିବ ପାହ୍ୟାର ଅଧିକାରୀଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ଟିମକୁ ଓଡ଼ିଶାର ବାତ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରିବେ। ଏହି ଟିମ କ୍ଷୟକ୍ଷତି ଆକଳନ ସହ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି […]

fanioffice

fanioffice

Manoranjan Sial
  • Published: Saturday, 11 May 2019
  • Updated: 11 May 2019, 06:28 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ‘ଫୋନି’ ପ୍ରଭାବିତ ଅଞ୍ଚଳରେ କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବା ନିମନ୍ତେ ଦୁଇ-ତିନି ଦିନ ମଧ୍ୟରେ ଏକ ଉଚ୍ଚସ୍ତରୀୟ କେନ୍ଦ୍ରୀୟ ଟିମ୍ ଓଡ଼ିଶା ଗସ୍ତରେ ଆସିବ ବୋଲି ଜଣାପଡ଼ିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିର୍ଦ୍ଦେଶରେ କେନ୍ଦ୍ର ସରକାରଙ୍କ ଜଣେ ଅତିରିକ୍ତ ସଚିବ ପାହ୍ୟାର ଅଧିକାରୀଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ଟିମକୁ ଓଡ଼ିଶାର ବାତ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରିବେ। ଏହି ଟିମ କ୍ଷୟକ୍ଷତି ଆକଳନ ସହ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ରିପୋର୍ଟ ଦେବେ। ବାତ୍ୟା କ୍ଷୟକ୍ଷତିକୁ ନେଇ ଓଡ଼ିଶା ସରକାର ନିଜ ଆଡ଼ୁ କେନ୍ଦ୍ରକୁ ସ୍ମାରକପତ୍ର ଦେବା ପୂର୍ବରୁ ହିଁ ଉଚ୍ଚସ୍ତରୀୟ କେନ୍ଦ୍ରୀୟ ଟିମ୍ ଓଡ଼ିଶା ଆସୁଥିବା ଜଣାପଡ଼ିଛି।

ସୂଚନା ଅନୁସାରେ, ଗୃହ ମନ୍ତ୍ରଣାଳୟର ଜଣେ ଅତିରିକ୍ତ ସଚିବଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ କେନ୍ଦ୍ରୀୟ ଟିମ ଓଡ଼ିଶା ଆସୁଛି। ଏହି ଟିମ୍ ବାତ୍ୟା ପ୍ରଭାବିତ ପୁରୀ ଜିଲ୍ଲା ସମେତ ଭୁବନେଶ୍ୱର, ଖୋର୍ଦ୍ଧା ଓ କଟକ ଜିଲ୍ଲା ଗସ୍ତ କରି କ୍ଷୟକ୍ଷତି ଆକଳନ କରିବେ । ତା’ସହିତ ବାତ୍ୟା ପ୍ରଭାବିିତ ଅଞ୍ଚଳରେ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ। ତା’ପରେ କମିଟି ସଦସ୍ୟ ଓଡ଼ିଶା ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରି ଦିଲ୍ଲୀ ଫେରିଯିବେ ବୋଲି ଜଣାପଡ଼ିଛି।

ଏହି ଟିମ୍ ବ୍ୟତୀତ କେନ୍ଦ୍ର ଶକ୍ତି ସଚିବ ଅଜୟ କୁମାର ଭାଲ୍ଲାଙ୍କ ନେତୃତ୍ୱରେ ଆଉ ଏକ ଟିମ୍ ମଧ୍ୟ ଓଡ଼ିଶାର ବାତ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ପୁନରୁଦ୍ଧାର କାର୍ଯ୍ୟର ଅନୁଧ୍ୟାନ କରିବେ। ଶ୍ରୀ ଭଲ୍ଲାଙ୍କ ସହିତ ଟେଲିକମ୍ ମନ୍ତ୍ରଣାଳୟ ଓ ଅର୍ଥ ବିଭାଗର ବରଷ୍ଠ ଅଧିକାରୀମାନେ ମଧ୍ୟ ଭୁବନେଶ୍ୱର ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଟିମ୍ ବାତ୍ୟା ପ୍ରଭାବିତ ଅଞ୍ଚଳରେ ବିଦ୍ୟୁତ ଯୋଗାଣ, ଟେଲିକମ୍ ସେବା ଓ ବ୍ୟାଙ୍କିଙ୍ଗ୍ ସେବାରେ ସୁଧାର ଆଣିବା ଦିଗରେ ନିଆଯାଇଥିବା ପଦକ୍ଷେପର ଆକଳନ କରିାବ ବୋଲି ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos