ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି। ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ପ୍ରଭାବ ପଡ଼ିବା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ଲଘୁଚାପ ପ୍ରଭାବରେ ବର୍ଷାର ଅଭାବ ଦୂର ହେବା ଆଶା କରାଯାଉଛି । ଏହି ଲଘୁଚାପ ପ୍ରଭାବରେ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ଛତିଶଗଡ଼, ପୂର୍ବ ଗୁଜୁରାଟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଲଘୁଚାପକୁ ଦୃଷ୍ଟିରେ ରଖି ଆସନ୍ତା ୨୦ ତାରିଖ ପର୍ଯ଼୍ୟନ୍ତ ଓଡ଼ିଶାର ଦକ୍ଷିଣ, ପଶ୍ଚିମ, ଆଭ୍ୟନ୍ତରୀଣ ଓ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆଇଏମଡି ପକ୍ଷରୁ ୟେଲୋ ମାର୍କ ସତର୍କତା ଜାରି କରାଯାଇଛି । ଏହା ସହିତ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।