୭ ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

chances-for-rain-and-thunder-in-7-district

lightning-trees.ngsversion

Tapas Behera
  • Published: Thursday, 16 May 2019
  • , Updated: 16 May 2019, 05:31 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଆଜି ରାଜ୍ୟର କେତେକ ସ୍ଥାନରେ ଧୂଳିଝଡ଼ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଘଡ଼ଘଡ଼ି ମଧ୍ୟ ମାରିବ। ସେଥିପାଇଁ ୭ଟି ଜିଲ୍ଲାକୁ ରାତି ୮ଟା ୩୦ ଯାଏ ସତର୍କ ରହିବା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। ଏହି ସମୟରେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି।

ସେହି ଜିଲ୍ଲାଗୁଡ଼ିକ ହେଲା ନୂଆପଡ଼ା, ବଲାଙ୍ଗିର, କେନ୍ଦୁଝର, ରାୟଗଡ଼ା, ଗଜପତି, ନୟାଗଡ଼ ଓ ଗଞ୍ଜାମ। ଏହି ୭ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ବର୍ଷା ସହ ଘଣ୍ଟାକୁ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।

Related story