ଚାନ୍ଦବାଲି: ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ସାଆନ୍ତା ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ପ୍ରଧାନ ଶିକ୍ଷୟିତ୍ରୀ ଦଳିତ ବୋଲି ଆକ୍ଷେପ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ପରେ ସ୍କୁଲରେ ଉତ୍ତେଜନା ଦେଖାଯାଇଥିଲା। ଘଟଣାର ପ୍ରତିବାଦରେ ଉତ୍ତ୍ୟକ୍ତ ଅଭିଭାବକ ସ୍କୁଲ ଗେଟ୍ରେ ତାଲା ପକାଇ ଦେଇଥିଲେ। ପ୍ରଧାନ ଶିକ୍ଷୟିତ୍ରୀ ସ୍କୁଲ ଭିତରକୁ ଯାଉଥିବା ବେଳେ ତାଙ୍କୁ ଅଭିଭାବକମାନେ ଠେଲାପେଲା କରିଥିବା ଅଭିଯୋଗ ହୋଇଛି। ଏନେଇ ଥାନାରେ ମାମଲା ରୁଜୁ କରାଯାଇଛି। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଉଭୟ ପକ୍ଷ ସହ ଆଲୋଚନା କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।