ସାଲେପୁର (ମନୋଜ ଆଚାର୍ଯ୍ୟ): କଲେଜ୍ରେ ନିଯୁକ୍ତି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଛି । କଟକ ସାଲେପୁର ଜପକୁଦ ମହିଳା ମହାବିଦ୍ୟାଳୟର ପରିଚାଳନା କମିଟି ସଭାପତି ବିଜୟକୃଷ୍ଣ ମିଶ୍ରଙ୍କ ନାଁରେ ଏଭଳି ଅଭିଯୋଗ ଆଣିଛନ୍ତି ୧୫ ଅଭିଯୋଗକାରୀ ।
କଲେଜର ବିଭିନ୍ନ ପଦବୀରେ ନିଯୁକ୍ତି ଦେବାକୁ ପ୍ରତିଶ୍ରୁତି ଦେଇ ଲକ୍ଷାଧିକ ଟଙ୍କା ସେମାନଙ୍କଠାରୁ ହଡ଼ପ କରିଥିବା ଅଭିଯୋଗ କରିଛନ୍ତି । ନକଲି ନିଯୁକ୍ତି ପତ୍ର ଦେଇ ସେମାନଙ୍କୁ ଚାକିରି ଦିଆଯାଇଥିଲା । ସେମାନେ କିଛି ଦିନ କାର୍ଯ୍ୟ ମଧ୍ୟ କରିଥିବା କହିଛନ୍ତି ଅଭିଯୋଗକାରୀ । ତେବେ ନିଯୁକ୍ତିପତ୍ର ଅବୈଧ ବୋଲି ଜାଣିବା ପରେ ସେମାନେ ଟଙ୍କା ଫେରି ପାଇବାକୁ ଦାବି କରିଛନ୍ତି। ନିଯୁକ୍ତି ପତ୍ର ଦିଆଯାଇଥିବା ମାମଲାର ସଠିକ ତଦନ୍ତ କରିବାକୁ ଦାବି କରିଛନ୍ତି ଅଭିଯୋଗକାରୀ ।
ଅପରପକ୍ଷେ ସମସ୍ତ ଅଭିଯୋଗକୁ ଅସ୍ୱୀକାର କରିଛନ୍ତି କଲେଜ ପରିଚାଳନା କମିଟି ଅଧ୍ୟକ୍ଷ । ରାଜନୈତିକ ଆକ୍ରୋଶ ରଖି କିଛି ବ୍ୟକ୍ତି ତାଙ୍କ ସହ କଲେଜର ନାଁ ବଦନାମ କରିବାକୁ ଏହି ଚକ୍ରାନ୍ତ କରିଥିବା ସେ କହିଛନ୍ତି । ପୁଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
୨ ହଜାର ନୂଆ ଟ୍ରାଫିକ ପୁଲିସ ପଦବୀ ସୃଷ୍ଟିକୁ ମଞ୍ଜୁରୀ, ଚଳିତବର୍ଷ ପୂରଣ ହେବ ୫୦୦ ପଦବୀ
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଜି ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉଦଯାପନ କାର୍ଯ୍ୟକ୍ରମରେ ଯୋଗ ଦେଇ ସଡ଼କ ସୁରକ୍ଷାକୁ ଜନ ଅଭିଯାନରେ ପରିଣତ କରିବା ନିମନ୍ତେ ଆହ୍ୱାନ କରିଛନ୍ତି ।
Events & Festivals
ଉତ୍କର୍ଷ ଓଡ଼ିଶା କନକ୍ଲେଭ: ୪ଦିନ ଧରି ଚାଲିବ କାର୍ଯ୍ୟକ୍ରମ, ୨୮ରେ ଆସିବେ ପ୍ରଧାନମନ୍ତ୍ରୀ
‘ଉତ୍କର୍ଷ ଓଡ଼ିଶା’ କାର୍ଯ୍ୟକ୍ରମର ପ୍ରସ୍ତୁତି ସମ୍ପର୍କରେ ଶିଳ୍ପ ବିଭାଗ ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ଏକ ବିସ୍ତୃତ କାର୍ଯ୍ୟସୂଚୀ ଉପସ୍ଥାପନ କରାଯାଇଛି ।
Crime
ସଫେଇ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ବାବୁଲି କାକ ରାଣିବଗିଚା ବାଇପାସ୍ ନିକଟରେ ସଫେଇ କାମର ତଦାରଖ କରିବା ପାଇଁ ଯାଇଥିଲେ। କାମ ତଦାରଖ କରିବା ପରେ ସେଠାରେ ସେ ଠିଆ ହୋଇଥିଲେ। ଠିକ୍ ସେତିକି ବେଳେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା।
Miscellaneous
ଜୁଏଲଙ୍କ ବ୍ୟକ୍ତିଗତ ସଚିବ ଥିଲେ, ଏବେ ମୋହନଙ୍କ ବ୍ୟକ୍ତିଗତ ସଚିବ ହେଲେ ମନୋଜ ସାହୁ
ଜଗତସିଂହପୁର ଜିଲ୍ଲାର ବାଲିକୁଦା ବ୍ଲକର ସିଙ୍ଗାରପୁର ଗାଁରେ ଜନ୍ମିତ ମନୋଜ ସାହୁ ଭୁବନେଶ୍ୱରସ୍ଥିତ ଓୟୁଏଟି ବିଶ୍ୱବିଦ୍ୟାଳୟରୁ ବିଏସସି ଓ ଜୁନାଗଡ଼ କୃଷି ବିଶ୍ୱବିଦ୍ୟାଳୟରୁ ଏମଏସସି ଡିଗ୍ରୀ ହାସଲ କରିବା ପରେ ୨୦୦୬ ମସିହାରେ ଆଇଏଏସ୍ ଚାକିରିରେ ଯୋଗ ଦେଇଥିଲେ ।
Crime
ଲୁଟେରାଙ୍କ ଗୁଳିରେ ୨ ମୃତ; ଗୋଡ଼ାଇ ଗୋଡ଼ାଇ ଗାଡ଼ିଆରେ ମାଡ଼ି ବସିଲେ ଲୋକେ
ଲୁଟ୍ କରିବା ପରେ ଦୋକାନକୁ ଗହଣା କିଣିବାକୁ ଆସିଥିବା ଜଣେ ବ୍ୟକ୍ତିଙ୍କ ବାଇକ୍ ଧରି ଚମ୍ପଟ ମାରୁଥିଲେ ୩ ଦୁର୍ବୃତ୍ତ। ଆଉ ସେମାନଙ୍କୁ କାର୍ରେ ପିଛା କରିଥିଲେ ଗହଣା ଦୋକାନର କର୍ମଚାରୀ ସୁନୀଲ୍ ରାୟ ଓ ତାଙ୍କ ସାଥୀ।